କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର (ବ୍ରଡ ସ୍ପେଶିଆଲିଟି-ପାଥୋଲୋଜି)ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ସମଗ୍ର ଜିଲାରେ ଆନନ୍ଦର ଲହରି ଖେଳିଯାଇଛି। ଓଡ଼ିଶା ଜନସେବା ଆୟୋଗ ପକ୍ଷରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ଆଧାରରେ ଯୋଗ୍ୟ ପ୍ରାର୍ଥୀଙ୍କ ସୁପାରିସ ତାଲିକା ପ୍ରକାଶ ପାଇଛି। ବିଜ୍ଞାପନ ସଂଖ୍ୟା ୩/୨୦୨୫-୨୬ ଅନୁଯାୟୀ, ଆୟୋଗଙ୍କ ଦ୍ୱାରା ମୋଟ୍‌ ୧୨ ଜଣ ପରୀକ୍ଷାରେ ଭାଗ ନେଇଥିଲେ। (ସେଥିମଧ୍ୟରୁ ୮ ଜଣ ମହିଳା) ପ୍ରାର୍ଥୀଙ୍କ ନାମ ସରକାରଙ୍କ ନିକଟକୁ ନିଯୁକ୍ତି ପାଇଁ ସୁପାରିସ କରାଯାଇଛି। ଏହି ସଫଳ ପ୍ରାର୍ଥୀଙ୍କ ମଧ୍ୟରେ କଳାହାଣ୍ଡି ଜିଲା କେସିଙ୍ଗା ସହରର ଗୌନ୍ତିଆ ପଦାର ଡ. ହେମସାଗର ସାହା ଓ ଯାଜ୍ଞସେନୀ ସାହାଙ୍କ ସାନ ଝିଅ ଡା.ଅନିନ୍ଦିତା ଆସିଷ୍ଟାଣ୍ଟ ପ୍ରଫେସର (ପାଥୋଲୋଜି) ଭାବେ ମନୋନୀତ ହୋଇ ନିଜ ଅଞ୍ଚଳ ତଥା ପରିବାର ପାଇଁ ଗୌରବ ଆଣିଦେଇଛନ୍ତି।

ପ୍ରକାଶିତ ଚିଠି ଅନୁସାରେ, ମୋଟ ୨୯ଟି ପଦବୀ ଖାଲି ଥିବା ବେଳେ ଯୋଗ୍ୟ ପ୍ରାର୍ଥୀଙ୍କ ଅଭାବ ଯୋଗୁ କେବଳ ୧୨ ଜଣଙ୍କୁ ସୁପାରିସ କରାଯାଇଛି। ବିଶେଷ କରି ଏସ୍‌ସି ବର୍ଗରେ ମାତ୍ର ଜଣେ ଏବଂ ଏସ୍‌ଟି ବର୍ଗରେ କୌଣସି ଯୋଗ୍ୟ ପ୍ରାର୍ଥୀ ମିଳିନାହାନ୍ତି। ଏହି ମନୋନୀତ ପ୍ରାର୍ଥୀମାନଙ୍କର ପ୍ରମାଣପତ୍ର ଯାଞ୍ଚ ପରେ ସରକାରଙ୍କ ଦ୍ୱାରା ନିଯୁକ୍ତିପତ୍ର ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଡା.ଅନିନ୍ଦିତାଙ୍କ ବାପା ଡା. ହେମସାଗର ସାହାଙ୍କୁ ପଚାରିବାରୁ ଆମେ ପରିବାରବର୍ଗ ସମସ୍ତେ ଖୁସି ଅଛୁ ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri