ରତ୍ନଭଣ୍ଡାର ଖୋଲିବା ପରେ ବାହାରକୁ ଆସି ଏମିତି କହିଲେ ମୁଖ୍ୟ ପ୍ରଶାସକ

ପୁରୀ,୧୪।୭: ଶେଷରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଭିତର ଅବସ୍ଥା ଦେଖିବା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ରତ୍ନଭଣ୍ଡାର ଖୋଲିବା ପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା ସେଥିରେ ତାଲା ଖୋଲି ପାରି ନ ଥିଲା। ଫଳରେ ଏସଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ବାହାର ରତ୍ନଭଣ୍ଡାର ଅଳଙ୍କାର ଚାଙ୍ଗଡା ଘର ଏବଂ ଫୁଲ ଘରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବା ପରେ ତାହାକୁ ସିଲ କରାଯାଇଛି। ଭିତର ରତ୍ନଭଣ୍ଡାର ସିନ୍ଦୁକରେ ସୁନା ରହିଛି। ରଥଯାତ୍ରା ପରେ ତାହା ଗଣନା ହେବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମୁଖ୍ୟ ପ୍ରଶାସକ ଆହୁରି ମଧ୍ୟ କହିଛନ୍ତି ଯେ, ଭିତର ଭଣ୍ଡାର ଅଳଙ୍କାର ଆଜି ଖୋଲାଗଲାନି। ବାହାର ଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣ କାମ ବହୁତ ସମୟ ଲାଗିଗଲା। କାଲି ବାହୁଡ଼ା ଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି। ତେଣୁ ବାହୁଡ଼ା, ସୁନାବେଶ ସରିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ଦିନ ନିର୍ଦ୍ଧାରଣ କରାଯାଇ ଖୋଲାଯିବ। ଭିତର ଭଣ୍ଡାର ଅଳଙ୍କାରକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ ଅଳଙ୍କାର ସ୍ଥାନାନ୍ତରଣ ପରେ ଏଏସଆଇ ରକ୍ଷଣାବେକ୍ଷଣ କାମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?