ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି ।

ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତେବେ ମେ ୯ ତାରିଖ ଅପରାହ୍ନରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।

ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କର ମଧ୍ୟ ପରିଲୋକ ଘଟିଛି। ଡକାଡକି ହୋଇ ବାପ-ପୁଅ ପରପାରିକୁ ଚାଲିଯାଇଛନ୍ତି। ଏନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ପ୍ରଶାନ୍ତ ପୂର୍ବତନ ରଣଜୀ ଖେଳାଳି ତଥା ବିସିସିଆଇର ମ୍ୟାଚ ରେଫରୀ ଥିଲେ। ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ୍‌ ଖେଳି ସେ ସୁନାମ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri