ପାଣ୍ଡିଆନ୍‌ ଗଲାପରେ ଲଣ୍ଡା ହେଲେ ଗାଁ ସାଥୀ ସଂଘର ସଭାପତି

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା):ସାଧାରଣ ନିର୍ବାଚନରେ ଓଡ଼ିଶାରେ ଭାଜପା ବହୁମତ ଲାଭ କରିବା ସହ ସରକାର ଗଠନ କରିବାକୁ ଯାଉଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ବୁଧବାର ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ତେବେ ଭାଜପା ନେତୃତ୍ୱରେ ହେବାକୁ ଯାଉଥିବା ନୂଆ ସରକାର ଗଠନକୁ ଗାଁ ସାଥୀ ସଂଘ ପକ୍ଷରୁ ସ୍ବାଗତ କରାଯାଇଛି। ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ୱାଳ ରାମ ମନ୍ଦିର ଆଗରେ ଲଣ୍ଡା ହେବା ସହ ରାଜ୍ୟରୁ ତାମିଲ୍‌ ଶାସନ ଅବସାନ ହୋଇଥିବା କହିଛନ୍ତି। ସେ କହିଛନ୍ତି, ଗାଁସାଥୀଙ୍କ ଭାଗ୍ୟ ଭବିଷ୍ୟତକୁ ଅନ୍ଧାର ମଧ୍ୟକୁ ଠେଲି ଦେଇ ରତ୍ନଗର୍ଭା ଓଡ଼ିଶାକୁ ବରବାଦ କରିଥିବା କାର୍ତ୍ତିକ ପାଣ୍ଡିଆନ୍‌ଙ୍କର ସବୁ ମନ୍ଦ ଯୋଜନାକୁ ଓଡ଼ିଶାବାସୀ ପଣ୍ଡ କରିଦେଲେ। ମାତ୍ର ଜଗନ୍ନାଥ ଓ ରାମଲାଲାଙ୍କ କୃପାରୁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଭାଜପା ସରକାରକୁ ସଂଘ ପକ୍ଷରୁ ସ୍ବାଗତ କରାଯିବା ସହ ଦିନତମାମ ଲୋକଙ୍କୁ ଭୋଗ ବଣ୍ଟନ କରାଯାଇଥିଲା। ସଂଘର ରାଜ୍ୟ ସମ୍ପାଦକ ବିବେକାନନ୍ଦ ଠାକୁରଙ୍କ ସମେତ ୨୦୦ରୁ ଊର୍ଦ୍ଧ୍ୱ ଗାଁସାଥୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri