Posted inଖେଳ

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ ଟେଷ୍ଟ ଦଳ ଅସମ୍ପୂର୍ଣ୍ଣ ଦେଖାଯାଉଥିଲା, ଯାହା ଏବେ ପୂରଣ ହୋଇଛି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟରେ ଶତକ ହାସଲ କରିବା ପରେ ପନ୍ତ ଆଲୋଚନାର ବିଷୟ ପାଲଟିଛନ୍ତି। ପନ୍ତ ଏବଂ ପୂର୍ବତନ ଉଇକେଟ୍‌କିପର୍‌ ବ୍ୟାଟ୍ସମ୍ୟାନ୍‌ ଏମଏସ ଧୋନୀଙ୍କ ତୁଳନାକୁ ନେଇ ଦୀନେଶ କାର୍ତ୍ତିକ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ରିଷଭ ପନ୍ତ ଏବଂ ଏମଏସ ଧୋନୀଙ୍କ ତୁଳନାରେ କାର୍ତ୍ତିକ କହିଛନ୍ତି, ପନ୍ତ ଏବଂ ଧୋନୀଙ୍କ ମଧ୍ୟରେ ତୁଳନା ଗ୍ରହଣୀୟ ନୁହେଁ। କେବଳ ୩୪ଟି ଟେଷ୍ଟ ଖେଳିଥିବା ବ୍ୟକ୍ତିଙ୍କୁ ମହାନ ବୋଲି କହିବା ଠିକ ନୁହେଁ। ଏହାସହ ଭାରତ ପାଇଁ ଜଣେ ଭଲ ଉଇକେଟ କିପର ବୋଲି କହିବା ଗ୍ରହଣୀୟ ନୁହେଁ। ସମୟ ଆହୁରି ବାକି ଅଛି। କିନ୍ତୁ ନିଶ୍ଚିତ ଭାବେ ସେ ଭାରତ ପାଇଁ ଜଣେ ମହାନ ଉଇକେଟ କିପର ଭାବରେ କ୍ୟାରିୟର୍‌ ଶେଷ କରିବେ।

କାର୍ତ୍ତିକ ଆହୁରି ମଧ୍ୟ କହିଛନ୍ତି, ଧୋନୀଙ୍କୁ କେବଳ ଉଇକେଟ କିପର ଭାବରେ ଗଣିବା ଉଚିତ୍‌ ନୁହେଁ। ସେ କେବଳ ଚମତ୍କାର ପ୍ରଦର୍ଶନ କରିନାହାଁନ୍ତି, ଯେତେବେଳେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା, ସେତେବେଳେ ସେ ବ୍ୟାଟିଂ କରି ରନ ସ୍କୋର କରିଥିଲେ।

ପନ୍ତ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ୩୪ଟି ଟେଷ୍ଟ ଖେଳିଛନ୍ତି। ସେ ୫୮ ଇନିଂସରେ ସେ ହାରାହାରି ୪୪.୭୯ରେ ୨୪୧୯ ରନ ସଂଗ୍ରହ କରିଛନ୍ତି। ସେ ୬ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କର ଶେଷ୍ଠ ସ୍କୋର ଅପରାଜିତ ୧୫୯ ରନ।


Enter your email to get our daily news in your inbox.

All Right Reserved By Dharitri.Com

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri