Posted inଖେଳ

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ ଟେଷ୍ଟ ଦଳ ଅସମ୍ପୂର୍ଣ୍ଣ ଦେଖାଯାଉଥିଲା, ଯାହା ଏବେ ପୂରଣ ହୋଇଛି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟରେ ଶତକ ହାସଲ କରିବା ପରେ ପନ୍ତ ଆଲୋଚନାର ବିଷୟ ପାଲଟିଛନ୍ତି। ପନ୍ତ ଏବଂ ପୂର୍ବତନ ଉଇକେଟ୍‌କିପର୍‌ ବ୍ୟାଟ୍ସମ୍ୟାନ୍‌ ଏମଏସ ଧୋନୀଙ୍କ ତୁଳନାକୁ ନେଇ ଦୀନେଶ କାର୍ତ୍ତିକ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ରିଷଭ ପନ୍ତ ଏବଂ ଏମଏସ ଧୋନୀଙ୍କ ତୁଳନାରେ କାର୍ତ୍ତିକ କହିଛନ୍ତି, ପନ୍ତ ଏବଂ ଧୋନୀଙ୍କ ମଧ୍ୟରେ ତୁଳନା ଗ୍ରହଣୀୟ ନୁହେଁ। କେବଳ ୩୪ଟି ଟେଷ୍ଟ ଖେଳିଥିବା ବ୍ୟକ୍ତିଙ୍କୁ ମହାନ ବୋଲି କହିବା ଠିକ ନୁହେଁ। ଏହାସହ ଭାରତ ପାଇଁ ଜଣେ ଭଲ ଉଇକେଟ କିପର ବୋଲି କହିବା ଗ୍ରହଣୀୟ ନୁହେଁ। ସମୟ ଆହୁରି ବାକି ଅଛି। କିନ୍ତୁ ନିଶ୍ଚିତ ଭାବେ ସେ ଭାରତ ପାଇଁ ଜଣେ ମହାନ ଉଇକେଟ କିପର ଭାବରେ କ୍ୟାରିୟର୍‌ ଶେଷ କରିବେ।

କାର୍ତ୍ତିକ ଆହୁରି ମଧ୍ୟ କହିଛନ୍ତି, ଧୋନୀଙ୍କୁ କେବଳ ଉଇକେଟ କିପର ଭାବରେ ଗଣିବା ଉଚିତ୍‌ ନୁହେଁ। ସେ କେବଳ ଚମତ୍କାର ପ୍ରଦର୍ଶନ କରିନାହାଁନ୍ତି, ଯେତେବେଳେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା, ସେତେବେଳେ ସେ ବ୍ୟାଟିଂ କରି ରନ ସ୍କୋର କରିଥିଲେ।

ପନ୍ତ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ୩୪ଟି ଟେଷ୍ଟ ଖେଳିଛନ୍ତି। ସେ ୫୮ ଇନିଂସରେ ସେ ହାରାହାରି ୪୪.୭୯ରେ ୨୪୧୯ ରନ ସଂଗ୍ରହ କରିଛନ୍ତି। ସେ ୬ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କର ଶେଷ୍ଠ ସ୍କୋର ଅପରାଜିତ ୧୫୯ ରନ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri