Posted inଜାତୀୟ

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ ସମେତ ୮ ଜଣଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର ମାମଲା ଦାୟର କରିଛି ଗାଜିଆବାଦ ପୋଲିସ। ଏହି ଘଟଣାକୁ ନେଇ ସାମ୍ପ୍ରଦାୟିକତା ମତଭେଦ ସୃଷ୍ଟି କରିବାକୁ ଚେଷ୍ଟା କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି। ହେଲେ ୟୁପି ପୋଲିସ ମିଛ କହୁଛି ବୋଲି କହିଛନ୍ତି ପୀଡ଼ିତ ଅବଦୁଲ ସମଦଙ୍କ ପୁଅ।

ପୋଲିସ କହିବା ଅନୁଯାୟୀ, ପୀଡ଼ିତ ଅବଦୁଲ କିଛି ଲୋକଙ୍କୁ ଆମଲେଟ ବିକି ଥିଲେ। ଏହା ସେମାନଙ୍କୁ ପସନ୍ଦ ଆସି ନ ଥିଲା। ଏଣୁ ୬ ଜଣ ଗ୍ରାହକ ଅବଦୁଲଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣକାରୀଙ୍କ ମଧ୍ୟରେ ସାମିଲ ଥିଲେ ଉଭୟ ହିନ୍ଦୁ ଓ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିମାନେ। ଗାଜିଆବାଦ ପୋଲିସ ସ୍ପଷ୍ଟିକରଣ ଦେବା ପରେ ମଧ୍ୟ ମିଥ୍ୟା ତଥ୍ୟ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଟୁଇଟର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ। ଏଣୁ ଟୁଇଟର ବିରୋଧରେ ମଧ୍ୟ ଏଫ୍‌ଆଇଆର ରୁଜୁ ହୋଇଛି।

ତେବେ ପୀଡ଼ିତ ଅବଦୁଲଙ୍କ ପୁଅ ବାବଲୁ ସେଫି ଦାବି କରିଛନ୍ତି ଯେ, ପୋଲିସ ମିଛ କହୁଛି। ମୋ ବାପା ଆମଲେଟ ବିକନ୍ତି ନାହିଁ। ଏହି ବ୍ୟବସାୟ ସହ ଆମ ପରିବାରର କେହି ଜଡ଼ିତ ନୁହନ୍ତି। ପୋଲିସ ସତ କହୁ ନାହିଁ। ଆମ ଘଟଣାର ପରଦିନ ଅର୍ଥାତ ୬ ତାରିଖରେ ପୋଲିସକୁ ସମ୍ପୂର୍ଣ୍ଣ ତଥ୍ୟ ଦେବା ସହ ମାମଲା ଦାୟର କରିଥିଲୁ।

ଉଲ୍ଲେଖଯୋଗ୍ୟ, ଟୁଇଟର ଓ ୮ ଜଣଙ୍କ ବିରୋଧରେ ୧୫୩ (ଦଙ୍ଗାକୁ ପ୍ରୋତ୍ସାହିତ କରିବା), ୧୫୩ କ (ଦୁଇ ସାମ୍ପ୍ରଦାୟିକ ଗୋଷ୍ଠୀକୁ ଉତ୍ତେଜିତ କରିବା), ୨୯୫ କ (ଧାର୍ମୀକ ଭାବନାକୁ ଆଘାତ କଲା ଭଳି କାର୍ଯ୍ୟ), ୫୦୫, ୧୨୦ ଖ(ଅପରାଧିକ ଷଡ଼ଯନ୍ତ୍ର) ଓ ୩୪ (ସାଧାରଣ ଉଦ୍ଦେଶ୍ୟରେ କାର୍ଯ୍ୟ କରିବା) ଭଳି ସଙ୍ଗିନ ଦଫାରେ ମାମଲା ଦାୟର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri