Posted inଜାତୀୟ

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ ସମେତ ୮ ଜଣଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର ମାମଲା ଦାୟର କରିଛି ଗାଜିଆବାଦ ପୋଲିସ। ଏହି ଘଟଣାକୁ ନେଇ ସାମ୍ପ୍ରଦାୟିକତା ମତଭେଦ ସୃଷ୍ଟି କରିବାକୁ ଚେଷ୍ଟା କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି। ହେଲେ ୟୁପି ପୋଲିସ ମିଛ କହୁଛି ବୋଲି କହିଛନ୍ତି ପୀଡ଼ିତ ଅବଦୁଲ ସମଦଙ୍କ ପୁଅ।

ପୋଲିସ କହିବା ଅନୁଯାୟୀ, ପୀଡ଼ିତ ଅବଦୁଲ କିଛି ଲୋକଙ୍କୁ ଆମଲେଟ ବିକି ଥିଲେ। ଏହା ସେମାନଙ୍କୁ ପସନ୍ଦ ଆସି ନ ଥିଲା। ଏଣୁ ୬ ଜଣ ଗ୍ରାହକ ଅବଦୁଲଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣକାରୀଙ୍କ ମଧ୍ୟରେ ସାମିଲ ଥିଲେ ଉଭୟ ହିନ୍ଦୁ ଓ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିମାନେ। ଗାଜିଆବାଦ ପୋଲିସ ସ୍ପଷ୍ଟିକରଣ ଦେବା ପରେ ମଧ୍ୟ ମିଥ୍ୟା ତଥ୍ୟ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଟୁଇଟର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ। ଏଣୁ ଟୁଇଟର ବିରୋଧରେ ମଧ୍ୟ ଏଫ୍‌ଆଇଆର ରୁଜୁ ହୋଇଛି।

ତେବେ ପୀଡ଼ିତ ଅବଦୁଲଙ୍କ ପୁଅ ବାବଲୁ ସେଫି ଦାବି କରିଛନ୍ତି ଯେ, ପୋଲିସ ମିଛ କହୁଛି। ମୋ ବାପା ଆମଲେଟ ବିକନ୍ତି ନାହିଁ। ଏହି ବ୍ୟବସାୟ ସହ ଆମ ପରିବାରର କେହି ଜଡ଼ିତ ନୁହନ୍ତି। ପୋଲିସ ସତ କହୁ ନାହିଁ। ଆମ ଘଟଣାର ପରଦିନ ଅର୍ଥାତ ୬ ତାରିଖରେ ପୋଲିସକୁ ସମ୍ପୂର୍ଣ୍ଣ ତଥ୍ୟ ଦେବା ସହ ମାମଲା ଦାୟର କରିଥିଲୁ।

ଉଲ୍ଲେଖଯୋଗ୍ୟ, ଟୁଇଟର ଓ ୮ ଜଣଙ୍କ ବିରୋଧରେ ୧୫୩ (ଦଙ୍ଗାକୁ ପ୍ରୋତ୍ସାହିତ କରିବା), ୧୫୩ କ (ଦୁଇ ସାମ୍ପ୍ରଦାୟିକ ଗୋଷ୍ଠୀକୁ ଉତ୍ତେଜିତ କରିବା), ୨୯୫ କ (ଧାର୍ମୀକ ଭାବନାକୁ ଆଘାତ କଲା ଭଳି କାର୍ଯ୍ୟ), ୫୦୫, ୧୨୦ ଖ(ଅପରାଧିକ ଷଡ଼ଯନ୍ତ୍ର) ଓ ୩୪ (ସାଧାରଣ ଉଦ୍ଦେଶ୍ୟରେ କାର୍ଯ୍ୟ କରିବା) ଭଳି ସଙ୍ଗିନ ଦଫାରେ ମାମଲା ଦାୟର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?