ଆଳୁ ପିଆଜ ପରେ ବଢ଼ିଲା…

ଭୁବନେଶ୍ବର,୧୬।୯: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ ପ୍ରଭାବ ପକାଉଛି। ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି।

ରବିବାର ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ସୋମବାର ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।

ସୂଚନାଯୋଗ୍ୟ, କେନ୍ଦ୍ର ସରକାର ୧୩ ତାରିଖରେ ପାମୋଲିନ, ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରେ ୨୦ ପ୍ରତିଶତ ମୂଳ ଆମଦାନୀ ଶୁଳ୍କ ଲଗାଇବା ସହିତ ତାହାକୁ ୧୪ ତାରିଖରୁ ଲାଗୁ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାଦ୍ବାରା ଅଶୋଧିତ ଖାଇବା ତେଲ ଉପରେ ପ୍ରଭାବୀ ଆମଦାନି ଟିକସ ୫.୫ ପ୍ରତିଶତ ପରିବର୍ତ୍ତେ ୨୭.୫ ପ୍ରତିଶତକୁ ବଢ଼ିଯାଇଛି। ସେହିଭଳି ରିଫାଇନ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫ ପ୍ରତିଶତ ପରିବର୍ତ୍ତେ ୩୫.୭୫ ପ୍ରତିଶତକୁ ବୃଦ୍ଧି ପାଇଛି ।ଆମଦାନୀ ଶୁଳ୍କ ବୃଦ୍ଧିର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri