Posted inଜାତୀୟ

ପ୍ରିୟଙ୍କାଙ୍କ ପରେ ଥରୁର ସଂସଦ ଟିଭି ଶୋ’ରୁ ଓହରିଲେ

ନୂଆଦିଲ୍ଲୀ,୬।୧୨: ଶିବସେନା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀଙ୍କ ପରେ କଂଗ୍ରେସ ଏମ୍‌ପି ଶଶି ଥରୁରୁ ସଂସଦ ଟିଭି ହୋଷ୍ଠ ପଦବୀରୁ ଓହରି ଯାଇଛନ୍ତି। ଟକ ଶୋ’ ‘ଟୁ ଦି ପଏଣ୍ଟ’ହୋଷ୍ଟ ପଦବୀରୁ ସେ ସୋମବାର ଇସ୍ତଫା ଦେଇଥିବା ନେଇ ଘୋଷଣା କରିଛନ୍ତି। ରାଜ୍ୟ ସଭାରୁ ନିଲମ୍ବିତ ହୋଇଥିବା ୧୨ଜଣ ବିରୋଧୀ ଏମ୍‌ପିଙ୍କ ପ୍ରତି ସମର୍ଥନ ଜଣାଇ ଥରୁର୍‌ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଯେ ଏମ୍‌ପିଙ୍କ ନିଲମ୍ବନକୁ ପ୍ରତ୍ୟାହାର କରିବା ଓ ସଂସଦର ପ୍ରକ୍ରିୟାରେ ସମସ୍ତ ପକ୍ଷର ଶୁଣାଣି ନ ହେବା ପର୍ଯ୍ୟନ୍ତ ସେ ତାଙ୍କ ଶୋ’ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ‘ସଂସଦ ଟିଭି’ କାର୍ଯ୍ୟକ୍ରମ ଉପସ୍ଥାପନ କରିବା ଅର୍ଥ ଅଗଣତାନ୍ତ୍ରିକ କାର୍ଯ୍ୟକଳାପକୁ ସମର୍ଥନ କରିବା ସହ ସମାନ ହେବ ବୋଲି ଥରୁର କହିଛନ୍ତି।
ସୂଚନାଯୋଗ୍ୟ, ମୌସୁମୀ ଅଧିବେଶନରେ ବିରୋଧ ଆଚରଣ ଯୋଗୁ ନଭେମ୍ବର ୨୯ରେ ସଂସଦର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ରାଜ୍ୟସଭାର ୧୨ଜଣ ବିରୋଧୀ ଏମ୍‌ପିଙ୍କୁ ନିଲମ୍ବନ କରାଯାଇଥିଲା। ଏହାକୁ ନେଇ ସଂସଦରେ ଜୋରଦାର ହଙ୍ଗାମା ଜାରି ରହିଛି। ସେପଟେ ଥରୁରଙ୍କ ପୂର୍ବରୁ ନିଲମ୍ବନକୁ ବିରୋଧ କରି ଶିବସେନା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ମଧ୍ୟ ‘ସଂସଦ ଟିଭି’ର ‘ମେରି କହାନୀ’ର ଉପସ୍ଥାପିକା ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?