ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର ବାଗଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ମହାଜନଗୁଡ଼ା ଛକରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା।

ଖବର ପାଇ ଆମପାଣି ଆଇଆଇସି ବିଜୟଲକ୍ଷ୍ମୀ ହିକ୍କା ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇ ନ ଥିଲା। ପରେ କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ବରାଡ଼ଙ୍ଗା ସମିତି ସଭ୍ୟ ଗୁପ୍ତେଶର ବାଗ ପହଞ୍ଚି ଆଲୋଚନା କରିଥିଲେ। ତହସିଲଦାର ରେଡ୍‌କ୍ରସ୍‌ ପାଣ୍ଠିରୁ ୩୦ ହଜାର ଟଙ୍କା ସହ ଏନ୍‌ଏଫ୍‌ବିଏସ୍‌ରୁ ୨୦ ହଜାର, ବୀମା ରାଶି ଓ ମୃତକଙ୍କ ୩ ପୁଅଙ୍କୁ ପାଠପଢ଼ା ଓ ଅନ୍ୟାନ୍ୟ ସହାୟତା ଯୋଗାଇ ଦେବାକୁ ଲିଖିତ ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟିଥିଲା। ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri