ପୁରୀ ପରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିଲା: ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ

ଡେରାବିଶ,୧।୯(ବେବର୍ତ୍ତା ଅଜୟ ଦାସ): ରାଜ୍ୟରେ ବାର୍ଡ ଫ୍ଲୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ପରେ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଏଭଳିସ୍ଥିତିରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ଆଶଙ୍କ କରାଯାଉଛି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ନରସିଂହପୁର ରାସ୍ତା କଡ଼ରୁ ରବିବାର ୪ ବସ୍ତା ମୃତ କୁକୁଡ଼ା ଠାବ ହୋଇଛି। କିଏ ଓ କାହିଁକି ମୃତ କୁକୁଡ଼ା ରାସ୍ତା କଡ଼ରେ ଫିଙ୍ଗିଛନ୍ତି ତାହା ସ୍ପଷ୍ଟ ଜଣାପଡି ନାହିଁ। ହେଲେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିବାରେ ଲାଗିଛି।

ଖବର ପାଇ ଜିଲା ପ୍ରାଣୀ ସହ ଚିକିତ୍ସାଅଧିକାରୀ ମୃତ୍ୟୁଞ୍ଜୟ ମହାନ୍ତି, ଡେରାବିଶ ବ୍ଲକ ଚିକିତ୍ସା ଅଧିକାରୀ ଦିଲୀପ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ମଲା କୁକୁଡାର ରକ୍ତ ନମୁନା ସଂଗ୍ରହ କରିଛନ୍ତି। ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯିବ। ରିପୋର୍ଟ ଆସିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଫଳରେ କୁକୁଡ଼ା ମରା ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମ୍‌ର ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (NIHSAD)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିନୟ କୁମାର ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri