ପୁରୀ ପରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିଲା: ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ

ଡେରାବିଶ,୧।୯(ବେବର୍ତ୍ତା ଅଜୟ ଦାସ): ରାଜ୍ୟରେ ବାର୍ଡ ଫ୍ଲୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ପରେ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଏଭଳିସ୍ଥିତିରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ଆଶଙ୍କ କରାଯାଉଛି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ନରସିଂହପୁର ରାସ୍ତା କଡ଼ରୁ ରବିବାର ୪ ବସ୍ତା ମୃତ କୁକୁଡ଼ା ଠାବ ହୋଇଛି। କିଏ ଓ କାହିଁକି ମୃତ କୁକୁଡ଼ା ରାସ୍ତା କଡ଼ରେ ଫିଙ୍ଗିଛନ୍ତି ତାହା ସ୍ପଷ୍ଟ ଜଣାପଡି ନାହିଁ। ହେଲେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିବାରେ ଲାଗିଛି।

ଖବର ପାଇ ଜିଲା ପ୍ରାଣୀ ସହ ଚିକିତ୍ସାଅଧିକାରୀ ମୃତ୍ୟୁଞ୍ଜୟ ମହାନ୍ତି, ଡେରାବିଶ ବ୍ଲକ ଚିକିତ୍ସା ଅଧିକାରୀ ଦିଲୀପ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ମଲା କୁକୁଡାର ରକ୍ତ ନମୁନା ସଂଗ୍ରହ କରିଛନ୍ତି। ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯିବ। ରିପୋର୍ଟ ଆସିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଫଳରେ କୁକୁଡ଼ା ମରା ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମ୍‌ର ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (NIHSAD)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିନୟ କୁମାର ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri