Posted inଜାତୀୟ

ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲିଦେବା ପରେ ଦେଖିବାକୁ ଗଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ଭବନ ପରିସରରେ ହୋଇଥିବା ଉତ୍ତେଜନାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି ଅଭିଯୋଗ କରିଛି ଯେ, ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ତାଙ୍କର ଦୁଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଠେଲି ଦେଇଛନ୍ତି। ଉଭୟ ଏମ୍‌ପିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ସମୟରେ ରାହୁଲ ପାଲଟା ଅଭିଯୋଗ କରିଛନ୍ତି ଯେ, ଭାଜପା ଏମ୍‌ପିମାନେ ତାଙ୍କୁ ମକର ଦ୍ୱାରରେ ଅଟକାଇ ତାଙ୍କୁ ଧକ୍କା-ମୁଥ ମାରିଥିଲେ।

ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ରାହୁଲ ଯେଉଁ ସ୍ଥାନରେ ପ୍ରତାପ ଷଡ଼ଙ୍ଗୀ ବସିଥିଲେ ସେହି ସ୍ଥାନକୁ ଯାଉଥିବାର ନଜର ଆସିଛନ୍ତି। ଯେତେବେଳେ ଭାଜପା ଏମ୍‌ପି ଷଡ଼ଙ୍ଗୀଙ୍କୁ ଡାକ୍ତରଖାନା ନିଆଯାଉଥିଲା। ସେତେବେଳେ କଂଗ୍ରେସ ନେତା ରାହୁଲ ସେହି ସ୍ଥାନ ଦେଇ ଯାଉଥିଲେ। ପ୍ରତାପଙ୍କୁ ଦେଖି ରାହୁଲ କିଛି ସମୟ ଅଟକି ଗଲେ, ସେତେବେଳେ ନିଶିକାନ୍ତ ଦୁବେଙ୍କ ସମେତ ସେଠାରେ ଉପସ୍ଥିତ ଥିବା ସମସ୍ତ ଭାଜପା ଏମ୍‌ପି ତାଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଥିଲେ। ଭିଡିଓରେ ନିଶିକାନ୍ତ ଦୁବେ କଂଗ୍ରେସ ନେତା ରାହୁଲଙ୍କୁ କହୁଛନ୍ତି, ତୁମେ ଗୁଣ୍ଡାଗର୍ଦ୍ଦି କରୁଛ। ତୁମେ ବୃଦ୍ଧଙ୍କୁ ତଳକୁ ଠେଲି ଦେଲ।

ପ୍ରତାପ ଷଡ଼ଙ୍ଗୀ ଅଭିଯୋଗ କରିଛନ୍ତି ଯେ, ରାହୁଲ ତାଙ୍କ ଉପରେ ପଡ଼ିଥିବା ଜଣେ ଏମ୍‌ପିଙ୍କୁ ଠେଲି ଦେଇଛନ୍ତି। ଷଡ଼ଙ୍ଗୀଙ୍କୁ ରାମ ମନୋହର ଲୋହିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହା ଉପରେ ରାହୁଲ କହିଛନ୍ତି, କ୍ୟାମେରାରେ ସବୁକିଛି କଏଦ ହୋଇଛି। ଏଥିସହ ସେ ଭାଜପା ଏମ୍‌ପିମାନଙ୍କୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି।

କଂଗ୍ରେସ ଏକ ଭିଡିଓ ଜାରି କରି ଦାବି କରିଛି ଯେ, ଭାଜପା ସଦସ୍ୟମାନେ ରାଜ୍ୟ ସଭାରେ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଓ୍ବାୟନାଡ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ସଂସଦ ଭବନ ପରିସରରେ ବହୁ ମହିଳା ଏମ୍‌ପିଙ୍କୁ ଧକ୍କା ମୁଥ ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri