ବଳାତ୍କାର ପରେ ବିବାହ ନ କରି କଲେ ଏପରି…

ବିଶକେକ୍‌,୧୨।୪: ବିବାହ ଏକ ସାମାଜିକ ଉତ୍ସବ। ଏହାଦ୍ୱାରା ଜଣେ ସ୍ତ୍ରୀ ଓ ପୁରୁଷଙ୍କୁ ନେଇ ଦାମ୍ପତ୍ୟ ଜୀବନ ଆରମ୍ଭ ହୋଇଥାଏ। ତେବେ ପୃଥିବୀର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏଭଳି କେତେକ ପରମ୍ପରାକୁ ସାମ୍ପ୍ରତିକ ସମାଜରେ ଘୃଣ୍ୟ ଭାବେ ଗ୍ରହଣ କରାଯାଇଥାଏ। ଏହା ମାନବିକଅଧିକାରକୁ କ୍ଷୁର୍ଣ୍ଣ କରିଥାଏ। ସେଭଳି ଏକ ବିବାହ ପରମ୍ପରା କିର୍ଗିଜସ୍ତାନରେ ପ୍ରଚଳିତ। ଏଠାରେ ଯୁବକମାନେ ନିଜ ପସନ୍ଦର ଯୁବତୀଙ୍କୁ ଅପହରଣ କରି ନେଇଥାନ୍ତି। ଅପହରଣ କରିବା ପରେ ପ୍ରଥମେ ସମ୍ପୃକ୍ତ ଯୁବକ ଅପହୃତା ଯୁବତୀଙ୍କୁ ବଳାତ୍କାର କରିଥାନ୍ତି। ଏହାପରେ ଯୁବତୀଙ୍କ ସହିତ ବିବାହ କରିଥାନ୍ତି। ଏହି ଘୃଣ୍ୟ ପରମ୍ପରାକୁ ସ୍ଥାନୀୟ ସରକାର ୨୦୧୩ ବେଆଇନ ଘୋଷଣା କରିଥିଲେ ମଧ୍ୟ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ବିଶେଷ ସୁଧାର ଆସିପାରି ନାହିଁ। ସମ୍ପ୍ରତି ଏପ୍ରିଲ୍‌ ୮ରେ ଏଠାରେ ଜଣେ ୨୭ ବର୍ଷ ବୟସ୍କା ଯୁବତୀଙ୍କ ମୃତଦେହ ମିଳିଛି। ତାଙ୍କୁ ବିବାହ ପାଇଁ ଅପହରଣ କରାଯାଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ ଦେଶବ୍ୟାପୀ ଲୋକେ ଏହା ବିରୋଧରେ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ଘରୁ କୌଣସି କାମରେ ବାହାରକୁ ଯାଇଥିବା ଏଜାଦା ନାମକ ଏହି ଯୁବତୀ ଜଣଙ୍କୁ ଏପ୍ରିଲ ୫ରେ ଅପହରଣ କରାଯାଇଥିଲା। ପୋଲିସ ରିପୋର୍ଟ ଅନୁସାରେ ୩ ଜଣ ତାଙ୍କୁ ରାସ୍ତାରୁ ଉଠାଇ ନେଇଥିଲେ। ପୋଲିସ ପାଖରେ ଭିଡ଼ିଓ ପ୍ରମାଣ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରି ନାହିଁ। ପରେ ରାଜଧାନୀ ବିଶକେକ୍‌ ନିକଟରେ ଥିବା କନାଟବକୋଓ୍ବା ଗାଁଠାରେ ଏକ କାରରେ ଜଣେ ମୃତ ଯୁବକଙ୍କ ସହିତ ଏଜାଦାଙ୍କ ମୃତଦେହ ଜବତ କରାଯାଇଥିଲା। ଯୁବକ ଜଣକ ଏତାଦାଙ୍କୁ ଅପହରଣ କରି ବଳାତ୍କାର କରିବା ପରେ ତାଙ୍କର ଗଳାଚିପି ହତ୍ୟା କରିଥିଲେ। ପରେ ଦୁଃଖରେ ଆତ୍ମହତ୍ୟା କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କିର୍ଗିଜସ୍ତାନରେ ପ୍ରତିବର୍ଷ ୮ ହଜାରରୁ ଅଧିକ ଯୁବତୀଙ୍କୁ ବିବାହ ପାଇଁ ଅପହରଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri