ବଳାତ୍କାର ପରେ ନାବାଳିକାଙ୍କୁ ହତ୍ୟା କରି ଫିଙ୍ଗିଦେଲେ, ଦେହସାରା ରହିଛି ଏସବୁ ଚିହ୍ନ…

ଅନୁଗୋଳ,୭ା୯(ମାନସ ବିଶ୍ୱାଳ): ଶନିବାର ଅପରାହ୍ନରେ ଖେଳିବାକୁ ଯାଇ ଫେରି ନ ଥିଲେ ଝିଅ। ପରିବାର ଲୋକ ଦିନ ଓ ରାତି ସାରା ଖୋଜାଖୋଜି କରି ନିରାଶ ହୋଇ ପଡ଼ିଥିଲେ। ତେବେ ରବିବାର ସକାଳେ ପୁନର୍ବାର
ଖୋଜିବାକୁ ଯାଇ ଭଉଣୀର କ୍ଷତବିକ୍ଷତ ମୃତଦେହ ଗାଁ ନାଳରେ ମୁହଁ ମାଡ଼ି ପଡ଼ିଥିବା ଦେଖିଥିଲେ ମୃତକଙ୍କ ଭାଇ ମୁକ୍ତି ସେଠ। ମୁକ୍ତି ଅଭିଯୋଗ କରିଛନ୍ତି ଯେ, ମୋ’ ଭଉଣୀକୁ କେହି ବଳାତ୍କାର ଓ ପରେ ହତ୍ୟା କରିଛି। ତା’ର ଦେହ ସାରା ତଣ୍ଟି, ହାତ, କାନ ପାଖରେ କଟା ଦାଗ ରହିଛି।

ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ବ୍ଲକ ବାଳୁଅକଟା ପଞ୍ଚାୟତ ଶ୍ୟାମସୁନ୍ଦରପୁର ଗାଁରେ। ମୃତକ ହେଲେ ଗାଁର ଅକ୍ଷୟ ସେଠଙ୍କ ପଞ୍ଚମ ଶ୍ରେଣୀରେ ପଢୁଥିବା ଝିଅ ଜସ୍ମିନ ସେଠ(୧୧)। ଘଟଣା ସମ୍ପର୍କରେ ଖବର ପାଇ ଅନୁଗୋଳ ସଦର ଥାନା ପୋଲିସ, ବନ୍ତଳା ଅଗ୍ନିଶମ ବଭାଗ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ତେବେ ଘଟଣାରେ ସଂପୃକ୍ତ ଦୋଷୀକୁ ଧରିବା ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀ ଅନୁଗୋଳ ବନ୍ତଳା ମୁଖ୍ୟ ରାସ୍ତା ଶାବଳ ଭଙ୍ଗାଠାରେ ଅବରୋଧ କରିବା ସହ ମୃତ ଶରୀର ଘଟଣାସ୍ଥଳରୁ ଉଠାଇବାକୁ ଦେଉ ନ ଥିବା ବେଳେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ଆସିବାକୁ ଦାବିରେ ଅଟଳ ଥିଲେ। ଘଟଣାସ୍ଥଳରେ ସଦର ଆଇଆଇସି ମୃଣାଳ କାଲ, ଏସ୍‌ଡିପିଓ ରମାକାନ୍ତ ମହାଳିକ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରି ବୁଝାଶୁଝା କରିବା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri