ରେଭେନ୍‌ଶାଙ୍କ ପରେ ଫକୀରମୋହନଙ୍କ ପାଳି

ଭୁବନେଶ୍ୱର,୬।୯(ଅନିଲ ଦାସ): ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ଭାଜପା ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଶଙ୍ଖଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଓ ତୁମ୍ବନାଥ ପଣ୍ଡା କହିଛନ୍ତି ଯେ, ଓଡ଼ିଆ ଅସ୍ମିତାର ନାରାଦେଇ ଓଡ଼ିଆଙ୍କ ଭାବ ପ୍ରବଣତା ସହ ଖେଳିଥିବା ଭାରତୀୟ ଜନତା ପାର୍ଟିର ଅସଲ ସ୍ବରୂପ ଏବେ ପଦାରେ ପଡ଼ିଛି। ଓଡ଼ିଆ ଅସ୍ମିତାର ପ୍ରତୀକ ତଥା ଓଡ଼ିଆ ସାହିତ୍ୟର ପ୍ରାଣବିନ୍ଦୁ ବ୍ୟାସକବି ଫକୀରମୋହନ ସେନାପତି, ବ୍ରିଟିଶଙ୍କୁ ତେଲ ମାଲିସ କରୁଥିଲେ ବୋଲି ଭାଜପା ଯୁବମୋର୍ଚ୍ଚା ସଭାପତି ଦେଇଥିବା ମନ୍ତବ୍ୟ ରାଜ୍ୟବାସୀଙ୍କ ମନରେ ଗଭୀର ଆଘାତ ଦେଇଛି। ଏଥିସହିତ ସ୍ବତନ୍ତ୍ର ପ୍ରଦେଶ ମାନ୍ୟତା ପାଇବା ପାଇଁ ‘ଉତ୍କଳ ସମ୍ମିଳନୀର ପୁରୋଧାମାନେ ବ୍ରିଟିଶ ସହିତ ସାଲିସ କରୁଥିଲେ’ ବୋଲି ଭାଜପା ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସେହିପରି ଭାଷାଭିତ୍ତିକ ରାଜ୍ୟ ଗଠନ ହେବାର ୧୦୦ ବର୍ଷ ପୂରଣ ହେବାକୁ ଯାଉଥିଲା ବେଳେ ଆମେ ବିକଶିତ ଓଡ଼ିଶାର ସ୍ବପ୍ନ ଦେଖୁଛେ। କିନ୍ତୁ ଓଡ଼ିଆ ଭାଷାକୁ ସ୍ବତନ୍ତ୍ର ପରିଚୟ ଦେବାରେ ଅଗ୍ରପୂଜ୍ୟ ଫକୀରମୋହନ ସେନାପତି ଓ ଉତ୍କଳ ସମ୍ମିଳନୀର ଅନ୍ୟମାନଙ୍କ ସ୍ମୃତିଚାରଣ କରିବା ବଦଳରେ ତାଙ୍କୁ ବ୍ରିଟିଶଙ୍କ ଏଜେଣ୍ଟ ଭାବେ ଅଭିହିତ କରିବା ଆଦୌ ଗ୍ରହଣୀୟ ନୁହେଁ ବୋଲି ବିଜେଡି ମୁଖପାତ୍ର ଦ୍ୱୟ କହିଛନ୍ତି। ରେଭେନ୍‌ଶା ବିବାଦ ସୃଷ୍ଟି କଲା ପରେ ବ୍ୟାସକବି ଫକୀରମୋହନ ସେନାପତି ଓ ଉତ୍କଳ ସମ୍ମିଳନୀକୁ ନେଇ ଭାଜପା ଯେଉଁ ବିବାଦ ସୃଷ୍ଟିକରିବା ପାଇଁଁ ଉଦ୍ୟମ ଆରମ୍ଭ କରିଛି, ତାହା ଓଡିଶା ମାଟିରେ ଗ୍ରହଣୀୟ ନୁହେଁ। ମୁଖ୍ୟମନ୍ତ୍ରୀ ଏ ବାବଦରେ ରାଜ୍ୟବାସୀଙ୍କ ସାମ୍ନାରେ ଉତ୍ତର ରଖନ୍ତୁ ବୋଲି ବିଜେଡି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri