Posted inଖେଳ

ରିଲିଜ କରିଥିଲା ଗୁଜରାଟ ଟାଇଟନ୍ସ, ବିଜୟ ହଜାରେ ଟ୍ରଫିରେ ବିସ୍ଫୋରକ ଶତକ ମାରି ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର

ବମ୍ବେ: ବିଜୟ ହଜାରେ ଟ୍ରଫିରେ ଚମକିଛନ୍ତି ଗୁଜରାଟ ଟାଇଟନ୍ସରୁ ରିଲିଜ କରାଯାଇଥିବା ଉର୍ଭିଲ ପଟେଲ। ଟୁର୍ନାମେଣ୍ଟରେ ମାତ୍ର ୪୧ ବଲରେ ଶତକ ମାରି ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଏବେ ସେ ଲିଷ୍ଟ-ଏ କ୍ରିକେଟରେ ସବୁଠାରୁ ଦ୍ରୁତ ଶତକ ମାରିଥିବା ଦ୍ୱିତୀୟ ଖେଳାଳି ପାଲଟିଛନ୍ତି। ତେବେ ଆଇପିଏଲ୍‌ ଅକ୍ସନ ପୂର୍ବରୁ ଉର୍ଭିଲଙ୍କୁ ନିକଟରେ ଗୁଜରାଟ ରିଲିଜ କରିଥିଲା।

୨୫ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଉର୍ଭିଲ ଗୁଜରାଟ ପକ୍ଷରୁ ରିଟେନ କରାଯାଇଥିବା ଖେଳାଳି ତାଲିକା ଜମା କରିଥିବା ସମୟସୀମା ଦିନ ରିଲିଜ କରାଯାଇଥିବା ୮ ଖେଳାଳିଙ୍କ ମଧ୍ୟରେ ଥିଲେ। ସେ ଆଇପିଏଲ୍‌ ୨୦୨୩ ନିଲାମ ସମୟରେ ୨୦ ଲକ୍ଷ ଟଙ୍କାରେ ଦଳରେ ସାମିଲ କରାଯାଇଥିଲା। ହେଲେ ତାଙ୍କୁ ଉଇକେଟକିପର ଭାବେ ନିଜର ଦକ୍ଷତା ଦେଖାଇବାକୁ ସୁଯୋଗ ମିଳି ନ ଥିଲା।

ଉର୍ଭିଲ ଲିଷ୍ଟ-ଏ କ୍ରିକେଟରେ ଶତକ ମାରି ସୁର୍ଯ୍ୟକୁମାର ଯାଦବଙ୍କ ରେକର୍ଡ ଭାଙ୍ଗିଛନ୍ତି। ସୂର୍ଯ୍ୟକୁମାର ୪୨ ବଲ୍‌ରେ ଶତକ ମାରିଥିଲେ। ଏହି ମାମଲାରେ ୟୁସୁଫ ପଠାନ ୪୦ ବଲରେ ଶତକ ମାରିଛନ୍ତି। ତେବେ ଏବେ ଉର୍ଭିଲଙ୍କ ପ୍ରଦର୍ଶନ ଯୋଗୁ ଆଗାମୀ ଦିନରେ ହୋଇଥିବା ନିଲାମରେ ତାଙ୍କୁ ଅଧିକ ଦାମ୍‌ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri