ପାକିସ୍ତାନ ଫେରିବା ପରେ ବଢୁଛି ନଓ୍ବାଜ ସରିଫ୍‌ଙ୍କ ଅଡୁଆ

ଇସ୍‌ଲାମାବାଦ,୧୧ା୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫଙ୍କ ସମ୍ପତ୍ତି ଜବତ ପାଇଁ ପାକିସ୍ତାନର ଏକ ଉତ୍ତରଦାୟିତ୍ୱ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଇସ୍‌ଲାମାବାଦ ଆକାଉଣ୍ଟବିଲିଟି କୋର୍ଟର ବିଚାରପତି ମହମ୍ମଦ ବଶିର ଶୁକ୍ରବାର ୭୩ ବର୍ଷୀୟ ପାକିସ୍ତାନୀ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ସୁପ୍ରିମୋଙ୍କ ବିରୋଧରେ ତୋସାଖାନା ଦୁର୍ନୀତି ମାମଲାର ଶୁଣାଣି କରିଛନ୍ତି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ପ୍ରାୟ ଚାରି ବର୍ଷ ଆତ୍ମ-ଗୋପନ ପରେ ନଓ୍ବାଜ ସରିଫ ଅକ୍ଟୋବର ୨୧ରେ ପାକିସ୍ତାନ ଫେରିଥିଲେ। ସେ ଫେରିବା ପରଠାରୁ ତାଙ୍କର ଅଡୁଆ ବଢ଼ିଚାଲିଛି।

୨୦୨୦ରେ ଇସ୍‌ଲାମାବାଦ ହାଇକୋର୍ଟଙ୍କ ଦ୍ୱାରା ପଳାତକ ଘୋଷିତ ହେବା ପରେ ତୋସାଖାନା ଗାଡ଼ି ରେଫରେନ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ଜବତ କରିବାକୁ ଏକ ଉତ୍ତରଦାୟିତ୍ୱ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟ ପକ୍ଷରୁ ବିଚାରପତି ବଶିରଙ୍କୁ ସୂଚନା ଦିଆଯାଇଥିଲା ଯେ, ଯେହେତୁ ସରିଫ ଆତ୍ମସମର୍ପଣ କରିଥିଲେ ଏବଂ ତାଙ୍କ ଗିରଫ ପାଇଁ ଓ୍ବାରେଣ୍ଟ ବାତିଲ କରାଯାଇଥିଲା, ତେଣୁ ତାଙ୍କ ସମ୍ପତ୍ତି ସଂଲଗ୍ନ କରିବାର ଆଦେଶ ପ୍ରତ୍ୟାହାର କରିହେବ। ସରିଫଙ୍କ ଓକିଲ ମିସ୍‌ବାହୁଲ ହାସନ କାଜି ବିଚାରପତିଙ୍କୁ ସୂଚନା ଦେଇଛନ୍ତି, ତାଙ୍କ ଗ୍ରାହକ ହାଇକୋର୍ଟଙ୍କ ଅନୁମତି କ୍ରମେ ତାଙ୍କ ଚିକିତ୍ସା ପାଇଁ ବିଦେଶ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri