ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ ପକ୍ଷରୁ ସେମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ଏହାର ପ୍ରତିବାଦରେ ବୁଧବାର ଶତାଧିକ ମହିଳା ପୁରୁଷ ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ପୂର୍ତ୍ତ ବିଭାଗ ରାସ୍ତାକୁ ଗୁଞ୍ଜୁସାହିଠାରେ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଦର ଥାନା ପୋଲିସ ପହଞ୍ଚିି ଆନ୍ଦୋଳକାରୀଙ୍କୁ ବୁଝାଶୁଝା କରିଥିଲା। ପରେ ଟାଟା ପାୱାର ନର୍ଦନ ଓଡ଼ିଶା ବିଦ୍ୟୁତ୍‌ ବିତରଣ ସଂସ୍ଥା କର୍ତ୍ତୃପକ୍ଷ ପୁର୍ନବାର ବିଦ୍ୟୁତ୍‌ ସେବା ଯୋଗାଇ ଦେବାରୁୁ ରାସ୍ତା ଅବରୋଧ ହଟିଥିଲା।
ସୂଚନା ଅନୁଯାୟୀ,ଟାଟା ପାୱାର ନର୍ଦନ ଓଡ଼ିଶା ବିଦ୍ୟୁତ୍‌ ବିତରଣ ସଂସ୍ଥାର ରଘୁନାଥପୁର ସେକ୍ସନ ଅଧୀନ ଗୁଞ୍ଜୁସାହିର ଏହି ଉପଭୋକ୍ତାଙ୍କୁ ପୂର୍ବରୁ ମାସିକ ବିଦ୍ୟୁତ୍‌ ବିଲ୍‌ ଦିଆଯାଇ ନ ଥିଲା। ଚଳିତ ମାସରେ ପ୍ରତି ଉପଭୋକ୍ତାଙ୍କୁ ବାର୍ଷିକ ୨୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରାଯାଇଥିଲା। ବିପିଏଲ୍‌ ଉପଭୋକ୍ତାମାନେ ଏକ ସଙ୍ଗେ ଏତେ ପରିମାଣର ବକେୟା ଦେୟ ଦେବାକୁ ଅସମର୍ଥ ଦର୍ଶାଇ ହଜାରେ ଦୁଇ ହଜାର ଲେଖାଏ ଟଙ୍କା ପୈଠ କରିଥିଲେ। ତେବେ ମାର୍ଚ୍ଚ ମାସ ପାଇଁ ବିଭାଗ ପକ୍ଷରୁ ମଙ୍ଗଳବାର ବକେୟା ଦେୟ ଥିବା ଗ୍ରାମର ଟ୍ରାନ୍ସଫର୍ମରରୁ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ କରାଯାଇଥିଲା ା ଏହାକୁ ନେଇ ଉତ୍ତ୍ୟକ୍ତ ଲୋକେ ରାସ୍ତାକୁ ଓହ୍ଲାଇଥିଲେ। ଦୀର୍ଘ ୩ ଘଣ୍ଟା ଧରି ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇପଡ଼ିବା ସହ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri