‘ଆର୍‌ଆର୍‌ଆର୍‌’ ପରେ ପାନ୍‌ ଇଣ୍ଡିଆ ଚଳଚ୍ଚିତ୍ରରେ ନଜର ଆସିବେ ରାମ ଚରଣ

ସାଉଥ୍‌ ସୁପରଷ୍ଟାର ରାମ ଚରଣଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ସାରା ବିଶ୍ୱରେ ରେକର୍ଡ ସୃଷ୍ଟି କରିଛି। ଏହି ଫିଲ୍ମର ସଫଳତା ପରେ ପ୍ରଶଂସକ ତାଙ୍କ ପରବର୍ତ୍ତୀ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଅଭିନେତା ତାଙ୍କର ପରବର୍ତ୍ତୀ ପାନ୍‌ ଇଣ୍ଡିଆ ଫିଲ୍ମ ଘୋଷଣା କରିଛନ୍ତି। ହେଲେ ଫିଲ୍ମର ଟାଇଟଲ ଏ ପର୍ଯ୍ୟନ୍ତ ସ୍ଥିର ହୋଇ ନ ଥିବା ବେଳେ ବୁଚି ବାବୁ ସାନା ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି। ଅଭିନେତା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଏହି ଫିଲ୍ମ ବିଷୟରେ ସୂଚନା ଦେଇଛନ୍ତି। ଶେୟାର କରି ରାମ ଚରଣ ଲେଖିଛନ୍ତି, ନିର୍ଦ୍ଦେଶକ ବୁଚି ବାବୁ ସାନା ଏବଂ ପୁରା ଦଳ ସହ କାମ କରିବାକୁ ଉତ୍ସାହିତ। ବୁଚି ବାବୁ ସାନା ଫିଲ୍ମ ‘ଅପ୍ପେନା’ର ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ବର୍ତ୍ତମାନ ସେ ପ୍ରଥମ ଥର ପାଇଁ ରାମ ଚରଣଙ୍କ ସହ କାମ କରିବାକୁ ଯାଉଛନ୍ତି।
ଖବର ଅନୁଯାୟୀ,ଏହା ଏକ ପ୍ୟାନ୍‌ ଇଣ୍ଡିଆ ଫିଲ୍ମ ହେବ। ଯାହା ଅନେକ ଭାଷାରେ ମୁକ୍ତିଲାଭ କରିବ। ଏଥି ସହିତ ଚଳିତ ମାସ ଶେଷରେ ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ରାମ ଚରଣ ଆଜିକାଲି ତାଙ୍କ ଫିଲ୍ମ ‘ଆର୍‌ସି୧୬’ ପାଇଁ ଶୁଟିଂରେ ବ୍ୟସ୍ତ ଅଛନ୍ତି । ରିପୋର୍ଟ ଅନୁଯାୟୀ, ଏହି ଫିଲ୍ମରେ ଅଭିନେତା ଜଣେ ଆଇଏଏସ୍‌ ଅଧିକାରୀ ଭୂମିକାରେ ନଜର ଆସିବେ। ତାଙ୍କ ସହିତ କିଆରା ଆଡଭାନୀ ମଧ୍ୟ ଏହି ଫିଲ୍ମରେ ନଜର ଆସିବେ। ଏହି ଫିଲ୍ମର ଶୁଟିଂ ବର୍ତ୍ତମାନ ନ୍ୟୁଜିଲ୍ୟାଣ୍ଡରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri