‘ଆର୍‌ଆର୍‌ଆର୍‌’ ପରେ ପାନ୍‌ ଇଣ୍ଡିଆ ଚଳଚ୍ଚିତ୍ରରେ ନଜର ଆସିବେ ରାମ ଚରଣ

ସାଉଥ୍‌ ସୁପରଷ୍ଟାର ରାମ ଚରଣଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ସାରା ବିଶ୍ୱରେ ରେକର୍ଡ ସୃଷ୍ଟି କରିଛି। ଏହି ଫିଲ୍ମର ସଫଳତା ପରେ ପ୍ରଶଂସକ ତାଙ୍କ ପରବର୍ତ୍ତୀ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଅଭିନେତା ତାଙ୍କର ପରବର୍ତ୍ତୀ ପାନ୍‌ ଇଣ୍ଡିଆ ଫିଲ୍ମ ଘୋଷଣା କରିଛନ୍ତି। ହେଲେ ଫିଲ୍ମର ଟାଇଟଲ ଏ ପର୍ଯ୍ୟନ୍ତ ସ୍ଥିର ହୋଇ ନ ଥିବା ବେଳେ ବୁଚି ବାବୁ ସାନା ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି। ଅଭିନେତା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଏହି ଫିଲ୍ମ ବିଷୟରେ ସୂଚନା ଦେଇଛନ୍ତି। ଶେୟାର କରି ରାମ ଚରଣ ଲେଖିଛନ୍ତି, ନିର୍ଦ୍ଦେଶକ ବୁଚି ବାବୁ ସାନା ଏବଂ ପୁରା ଦଳ ସହ କାମ କରିବାକୁ ଉତ୍ସାହିତ। ବୁଚି ବାବୁ ସାନା ଫିଲ୍ମ ‘ଅପ୍ପେନା’ର ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ବର୍ତ୍ତମାନ ସେ ପ୍ରଥମ ଥର ପାଇଁ ରାମ ଚରଣଙ୍କ ସହ କାମ କରିବାକୁ ଯାଉଛନ୍ତି।
ଖବର ଅନୁଯାୟୀ,ଏହା ଏକ ପ୍ୟାନ୍‌ ଇଣ୍ଡିଆ ଫିଲ୍ମ ହେବ। ଯାହା ଅନେକ ଭାଷାରେ ମୁକ୍ତିଲାଭ କରିବ। ଏଥି ସହିତ ଚଳିତ ମାସ ଶେଷରେ ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ରାମ ଚରଣ ଆଜିକାଲି ତାଙ୍କ ଫିଲ୍ମ ‘ଆର୍‌ସି୧୬’ ପାଇଁ ଶୁଟିଂରେ ବ୍ୟସ୍ତ ଅଛନ୍ତି । ରିପୋର୍ଟ ଅନୁଯାୟୀ, ଏହି ଫିଲ୍ମରେ ଅଭିନେତା ଜଣେ ଆଇଏଏସ୍‌ ଅଧିକାରୀ ଭୂମିକାରେ ନଜର ଆସିବେ। ତାଙ୍କ ସହିତ କିଆରା ଆଡଭାନୀ ମଧ୍ୟ ଏହି ଫିଲ୍ମରେ ନଜର ଆସିବେ। ଏହି ଫିଲ୍ମର ଶୁଟିଂ ବର୍ତ୍ତମାନ ନ୍ୟୁଜିଲ୍ୟାଣ୍ଡରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri