ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ

ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ ଫୈଜାନ୍ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ପଞ୍ଜୀକୃତ ହୋଇଥିବା ନମ୍ବରରୁ ଏହି ଧମକ ମିଳିଥିଲା। ଶାହରୁଖ ଖାନଙ୍କ ଟିମ୍ ବାନ୍ଦ୍ରା ପୋଲିସ ନିକଟରେ ଏହି ଅଭିଯୋଗ କରିଛନ୍ତି।

ବାନ୍ଦ୍ରାସ୍ଥିତ ଶାହରୁଖ ଖାନଙ୍କ ପ୍ରଡକ୍ସନ୍ କମ୍ପାନୀ ରେଡ୍ ଚିଲିସ୍ ଏଣ୍ଟରଟେନମେଣ୍ଟ ଅଫିସକୁ ଏହି କଲ୍ କରାଯାଇଥିଲା। ବାନ୍ଦ୍ରା ପୋଲିସ୍ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ବର୍ତ୍ତମାନ ରାୟପୁର ଅଭିମୁଖେ ବାହାରିଛନ୍ତି, ଯେଉଁଠାରୁ ଧମକ ଆସିଛି।

ବାନ୍ଦ୍ରାସ୍ଥିତ ଶାହରୁଖ ଖାନଙ୍କ ପ୍ରଡକ୍ସନ୍ କମ୍ପାନୀ ରେଡ୍ ଚିଲିସ୍ ଏଣ୍ଟରଟେନମେଣ୍ଟ ଅଫିସକୁ ଏହି କଲ୍ କରାଯାଇଥିଲା। ବାନ୍ଦ୍ରା ପୋଲିସ୍ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ବର୍ତ୍ତମାନ ରାୟପୁର ଅଭିମୁଖେ ବାହାରିଛନ୍ତି, ଯେଉଁଠାରୁ ଧମକ ଆସିଛି। ଫୋନ୍ କରି କୁହାଯାଇଥିଲା ଯେ, ଯଦି ଶାହରୁଖଙ୍କ ଜୀବନ ବଞ୍ଚାଇବାକୁ ଚାହୁଁଛ, ତେବେ କଟିଏ ତାଙ୍କ ଦିଅ, ନଚେତ ପରିଣାମ ଭୋଗିବାକୁ ପ୍ରସ୍ତୁତ ରୁହ।

ସଲମାନଙ୍କ ପରେ ଶାହରୁଖଙ୍କୁ ଏପରି ଧମକପୂର୍ଣ୍ଣ କଲ୍ ଆସିବା ପରେ ତାଙ୍କର ସୁରକ୍ଷା ବଢ଼ାଇ ଦିଆଯାଇପାରେ। ଏବେ ଶାହରୁଖଙ୍କ ଘର ମନ୍ନତ ନିକଟରେ ସୁରକ୍ଷା ବଢ଼ାଇ ଦିଆଯାଇଛି। କିଛିଦିନ ତଳେ ଶାହରୁଖଙ୍କ ଘର ବାହାରେ ପୋଲିସ ବ୍ୟରିକେଡ ଲଗାଇଥିଲା। ତେବେ କୁହାଯାଉଛି କି ଶାହରୁଖଙ୍କ ତରଫରୁ ଏବେ ଅଧିକ ସୁରକ୍ଷା ମଗାଯାଇନାହିଁ। ଶହରୁଖ ଯୁଆଡେ ବି ଯାଆନ୍ତି ତାଙ୍କ ସହିତ ନିଜର ସୁରକ୍ଷାକର୍ମୀଙ୍କୁ ନେଇଯାଇନ୍ତି।

ପୂର୍ବରୁ ସଲମାନ ଖାଁଙ୍କୁ ହତ୍ୟା ଧମକ ମିଳିଥିବା ବେଳେ ତାଙ୍କ ଗାଲସ୍କି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ମଧ୍ୟ ହୋଇଥିଲା। ଯାହାପରେ ତାଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଥିଲା। ନିକଟରେ ସଲମାନଙ୍କ ଘନିଷ୍ଠ ବନ୍ଧୁ ବାବା ସିଦ୍ଧିକିଙ୍କୁ ବିଷ୍ଣୋଇ ଗ୍ୟାଙ୍ଗର ସୁଟରମାନେ ଗୁଳିକରି ହତ୍ୟା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri