Posted inଖେଳ

ଶାମିଙ୍କ ସହ ସାନିଆଙ୍କ ବିବାହ ଫଟୋ ଭାଇରାଲ, ଜାଣନ୍ତୁ ଏହା ପଛର ସତ୍ୟତା…

ନୂଆଦିଲ୍ଲୀ,୨୦।୨: ନିକଟରେ ଟେନିସ ତାରକା ସାନିଆ ର୍ମିଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। କିଛି ଦିନ ପରେ ଶୋଏବ ମଲିକ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ବିବାହ କରିଥିଲେ। ତେବେ ଗତ ଏକ ବର୍ଷ ଧରି ସାନିଆ ଏବଂ ଶୋଏବଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଥିଲା। ଶୋଏବଙ୍କ ନୂଆ ବିବାହ ପରେ ସାନିଆଙ୍କ ନାମ ଜଣେ ଭାରତୀୟ କ୍ରିକେଟରଙ୍କ ସହ ଯୋଡା ଯାଉଛି। ବାସ୍ତବରେ ପ୍ରଶଂସକମାନେ ସାନିଆଙ୍କ ବିଷୟରେ ଦୁଇ ପ୍ରକାରର ଦାବି କରୁଛନ୍ତି। ଏଠାରେ ଆମେ ଆପଣଙ୍କୁ ଉଭୟ ଦାବିର ସତ୍ୟତା କହିବାକୁ ଯାଉଛୁ…

ପ୍ରଥମ ଦାବି- ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ସାନିଆ ର୍ମିଜା ଏବଂ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଅଛନ୍ତି। ଫଟୋର ଉଭୟ ବିବାହ ପୋଷାକରେ ନଜର ଆସିଛନ୍ତି। ଲୋକମାନେ ଦାବି କରୁଛନ୍ତି ଯେ ଶୋଏବ ମଲିକଙ୍କଠାରୁ ଅଲଗା ହେବା ପରେ ସାନିଆ ର୍ମିଜା ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ବିବାହ କରିଛନ୍ତି। ତେବେ ଏହି ଦାବି ସମ୍ପୂର୍ଣ୍ଣ ଭୁଲ ଅଟେ। ସାନିଆ ଏ ପର୍ଯ୍ୟନ୍ତ ଦ୍ୱିତୀୟ ଥର ବିବାହ କରିନାହାଁନ୍ତି। ବିବାହ ପୋଷାକରେ ଉଭୟଙ୍କ ଫଟୋ ମଧ୍ୟ ନକଲି । ଏହି ଫଟୋ ଏଆଇ ଆଧାରିତ।

ଦ୍ୱିତୀୟ ଦାବି- ସାନିଆଙ୍କ ବିଷୟରେ ସୋସିଆଲ ମିଡିଆରେ ମଧ୍ୟ ଦାବି କରାଯାଇଛି ଯେ ସେ ଖୁବ ଶୀଘ୍ର ମହମ୍ମଦ ଶାମିଙ୍କୁ ବିବାହ କରିବେ। ଉଭୟଙ୍କ ବିଭିନ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତଥାପି, ଏହି ସମସ୍ତ ଫଟୋଗୁଡ଼ିକ ଏଆଇ ଆଧାରିତ । ସାନିଆ ଏବଂ ଶାମି ମଧ୍ୟରେ କିଛି ନାହିଁ । ସୋସିଆଲ ମିଡିଆରେ କରାଯାଉଥିବା ଦାବିଗୁଡିକ ସମ୍ପୂର୍ଣ୍ଣ ରୂପେ ମିଥ୍ୟା ଅଟେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri