ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣା ଖବର ପ୍ରକାଶ ପରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଡାକ୍ତର କହିଲେ ବିପଦ ନାହିଁ

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଚାଲିଛି। ତାଙ୍କ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ, ସମ୍ପୂର୍ଣ୍ଣ ଖବର ର ତଦନ୍ତ କରି ତୁରନ୍ତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ସହ ଆବଶ୍ୟକ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଦ୍ୟାଳୟ, ଅଭିଭାବକ ଓ ସ୍ବାସ୍ଥ୍ୟକେନ୍ଦ୍ର ନିକଟକୁ ଯାଇ ଏକ ବିସ୍ତୃତ ଏଟିଆର ରିପୋର୍ଟ ପ୍ରସ୍ତୁତ କରି ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଘଟଣା ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ଫୋନ୍‌ ଯୋଗେ ବିଇଓ କାର୍ଯ୍ୟାଳୟକୁ ଯୋଗାଯୋଗ କରି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜିଲା ଶିକ୍ଷାଧିକାରୀ କହିଛନ୍ତି। ତେବେ ଖବର ଲେଖିବା ସୁଦ୍ଧା କେଉଁ କାରଣରୁ ଏକକାଳୀନ ଛାତ୍ରୀଛାତ୍ରଙ୍କୁ ଏଭଳି ସମସ୍ୟା ଉପୁଜିଲା ଟିକା ନା ଅନ୍ୟକିଛି କାରଣରୁ ଏଭଳି ଘଟିଛି ତାହା ସ୍ପଷ୍ଟ ହୋଇପାରିନାହିଁ। ଛାତ୍ରୀଛାତ୍ରଙ୍କୁ ଚିକିତ୍ସା କରିଥିବା ଡାକ୍ତର ଅବିନାଶ ମଲିକ କହିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ କୌଣସି ବିପଦ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri