ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଚାଲିଛି। ତାଙ୍କ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ, ସମ୍ପୂର୍ଣ୍ଣ ଖବର ର ତଦନ୍ତ କରି ତୁରନ୍ତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ସହ ଆବଶ୍ୟକ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଦ୍ୟାଳୟ, ଅଭିଭାବକ ଓ ସ୍ବାସ୍ଥ୍ୟକେନ୍ଦ୍ର ନିକଟକୁ ଯାଇ ଏକ ବିସ୍ତୃତ ଏଟିଆର ରିପୋର୍ଟ ପ୍ରସ୍ତୁତ କରି ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଘଟଣା ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ଫୋନ୍ ଯୋଗେ ବିଇଓ କାର୍ଯ୍ୟାଳୟକୁ ଯୋଗାଯୋଗ କରି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜିଲା ଶିକ୍ଷାଧିକାରୀ କହିଛନ୍ତି। ତେବେ ଖବର ଲେଖିବା ସୁଦ୍ଧା କେଉଁ କାରଣରୁ ଏକକାଳୀନ ଛାତ୍ରୀଛାତ୍ରଙ୍କୁ ଏଭଳି ସମସ୍ୟା ଉପୁଜିଲା ଟିକା ନା ଅନ୍ୟକିଛି କାରଣରୁ ଏଭଳି ଘଟିଛି ତାହା ସ୍ପଷ୍ଟ ହୋଇପାରିନାହିଁ। ଛାତ୍ରୀଛାତ୍ରଙ୍କୁ ଚିକିତ୍ସା କରିଥିବା ଡାକ୍ତର ଅବିନାଶ ମଲିକ କହିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ କୌଣସି ବିପଦ ନାହିଁ ବୋଲି କହିଛନ୍ତି।