Posted inଜାତୀୟ

ସୋନିଆଙ୍କ ବିବାଦୀୟ ମନ୍ତବ୍ୟ ପରେ ରାଷ୍ଟ୍ରପତି ଭବନରୁ ଆସିଲା କଡ଼ା ଉତ୍ତର, କୌଣସି କ୍ଷେତ୍ରରେ ବି ରାଷ୍ଟ୍ରପତି…

ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଏହାର ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ମଧ୍ୟ କଡ଼ା ଜବାବ ଦିଆଯାଇଛି। ସୋନିଆଙ୍କ ବୟାନ ଗ୍ରହଣୀୟ ନୁହେଁ, ସର୍ବୋଚ୍ଚ ପଦବୀର ମର୍ଯ୍ୟାଦାକୁ ସୋନିଆଙ୍କ ବକ୍ତବ୍ୟ ଆଘାତ ଦେଇଛି। ଯାହା ଆଦୌ ଶୋଭନୀୟ ନୁହେଁ। ରାଷ୍ଟ୍ରପତି କୌଣସି କ୍ଷେତ୍ରରେ ଥକ୍କି ପଡ଼ିନାହାନ୍ତି। ଅବହେଳିତ ବର୍ଗଙ୍କ ବାବଦରେ କହିବା କଦାପି କ୍ଳାନ୍ତ ଆଣେନି ବୋଲି ରାଷ୍ଟ୍ରପତି ଭବନରୁ ବୟାନ ଆସିଛି।

Union Budget Session 2025 sonia gandhi says president dropadi murmu poor lady bjp slams congress सोनिया गांधी ने राष्ट्रपति मुर्मू को कहा- Poor Lady, BJP बोली- सर्वोच्च पद पर बैठी आदिवासी महिला का अपमान

ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀ ଶୁକ୍ରବାର ବଜେଟ୍‌ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ।  ରାହୁଲ ଗାନ୍ଧୀ ମଧ୍ୟ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ପ୍ରତିକ୍ରିୟା ଦେଇଥିଲେ।  ସୋନିଆ ରାଷ୍ଟ୍ରପତିଙ୍କୁ ଜଣେ ‘Poor Lady’ ବୋଲି କହିଥିଲେ ଏବଂ କହିଥିଲେ ଯେ, ଭାଷଣ ପରେ ସେ କ୍ଳାନ୍ତ ହୋଇଯାଇଥିଲେ। ଏହି ସମୟରେ ରାହୁଲ ରାଷ୍ଟ୍ରପତିଙ୍କ ଭାଷଣକୁ ବିରକ୍ତିକର ବୋଲି କହିଥିଲେ, ଯାହା ପରେ ରାଜନୀତି ଉଷ୍ମ ହୋଇଗଲାଣି। ଭାଜପା ଅଭିଯୋଗ କରିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି, କ୍ଷମା ମାଗିବା ଉଚିତ।

ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକ ସଭାରେ ଅର୍ଥନୈତିକ ସର୍ଭେ ୨୦୨୪-୨୫ ଉପସ୍ଥାପନ କରିଥିଲେ। ଏହା ପରେ ଲୋକ ସଭାର କାର୍ଯ୍ୟକୁ ଫେବୃଆରୀ ୧, ୨୦୨୫ ସକାଳ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା। ରାଷ୍ଟ୍ରପତି ଶୁକ୍ରବାର ସରକାରଙ୍କ ସଫଳତା ଉପରେ ଆଲୋକପାତ କରି କହିଥିଲେ, ଏକ ରାଷ୍ଟ୍ର, ଏକ ନିର୍ବାଚନ ଏବଂ ୱାକଫ (ସଂଶୋଧନ) ବିଲ ଭଳି ଆଇନ ଗୃହୀତ ହୋଇଛି।

ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ଏହା ମଧ୍ୟ କହିଥିଲେ ଯେ, ସରକାର ଅଭୂତପୂର୍ବ ସଫଳତା ମାଧ୍ୟମରେ ଭାରତର ବିକାଶ ଯାତ୍ରାର ଏହି ଅମୃତ କାଳକୁ ନୂତନ ଶକ୍ତି ପ୍ରଦାନ କରୁଛନ୍ତି। ସରକାରଙ୍କ ପ୍ରୟାସ ଯୋଗୁ ଦେଶର ୨୫ କୋଟି ଲୋକ ଦାରିଦ୍ର୍ୟ ସୀମାରେଖାରୁ ବାହାରି ଆସିଛନ୍ତି। ଭାରତ ବିଶ୍ବର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଯେତେ ବଡ଼ ସ୍ବପ୍ନ ଦେଖିବ, ଦେଶ ସେତେ ଆଗେଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri