Posted inଜାତୀୟ

ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ଦେହାନ୍ତ ପରେ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ଜାଣନ୍ତୁ

ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

୧୯୭୬ରେ ସେ ଆରମ୍ଭ କରିଥିବା ସାହାରା ଫାଇନାନ୍ସ (ଚିଟ୍‌ଫଣ୍ଡ ସଂସ୍ଥା) ପରବର୍ତ୍ତୀ ସମୟରେ ଭାରତର ଏକ ଅଗ୍ରଣୀ ତଥା ଦ୍ୱିତୀୟ ସର୍ବାଧିକ ନିଯୁକ୍ତି ପ୍ରଦାନକାରୀ କମ୍ପାନୀରେ ପରିଣତ ହୋଇଥିଲା। ୧୯୯୦ ଦଶକରେ ସୁବ୍ରତ ଲକ୍ଷ୍ନୌରେ ନିଜ ଆର୍ଥତ୍କ ସାମ୍ରାଜ୍ୟର ମୂଳଦୁଆ ପକାଇଥିଲେ। ସେହିଠାରୁ ହିଁ ସାହାରା ଇଣ୍ଡିଆ ଆର୍ଥତ୍କ ସେବା।

୨୦୧୨ରେ ‘ଇଣ୍ଡିଆ ଟୁଡେ’ର ୧୦ ପ୍ରଭାବଶାଳୀ ଭାରତୀୟଙ୍କ ମଧ୍ୟରେ ସୁବ୍ରତ ରହିଥିଲେ। ୨୦୧୩ରେ ଉତ୍ତରାଖଣ୍ଡର ବନ୍ୟା ପ୍ରଭାବିତଙ୍କୁ ରିଲିଫ ସମେତ ଅନେକ ଜନକଲ୍ୟାଣକାରୀ କାର୍ଯ୍ୟରେ ସୁବ୍ରତ ନିୟୋଜିତ ରହି ପ୍ରଶଂସିତ ହୋଇଥିଲେ। ନିଜ ବଦାନ୍ୟତା ପାଇଁ ସେ ଦେଶ ବିଦେଶରେ ଅନେକ ସମ୍ମାନ ଓ ପୁରସ୍କାରର ଅଧିକାରୀ ହୋଇଥିଲେ।

ଏସବୁ ସତ୍ତ୍ୱେ ସୁବ୍ରତଙ୍କ ଜୀବନ ବିବାଦ ଘେରରେ ରହିଆସିଥିଲା। ଜମାକାରୀଙ୍କ ଅର୍ଥ ମାଚ୍ୟୁରିଟି ପରେ ମଧ୍ୟ ଫେରସ୍ତ ନ କରିବା ଭଳି ସଙ୍ଗୀନ ଅଭିଯୋଗ ତାଙ୍କ ବିରୋଧରେ ରହିଛି। ବଜାର ନିୟନ୍ତ୍ରକ ସେବି ସହ ଆଇନଗତ ବିବାଦକୁ ନେଇ ୨୦୧୪ ଫେବୃୟାରୀ ୨୬ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗିରଫ କରାଯାଇଥିଲା।

ସାହାରାର ନିବେଶ କରିଥିବା ଲୋକମାନେ କେନ୍ଦ୍ର ପଞ୍ଜୀକୃତ-ସାହାରା ରିଫଣ୍ଡ ପୋର୍ଟାଲ’ରେ ଏଥିପାଇଁ ଆବେଦନ କରିପାରିବେ। ଅନଲାଇନ୍ ପୋର୍ଟାଲ୍ ଅନୁଯାୟୀ, ସାହାରାର ଚାରିଟି ସମବାୟ ସମିତି- ସାହାରା କ୍ରେଡିଟ୍ କୋଅପରେଟିଭ୍ ସୋସାଇଟି ଲିମିଟେଡ୍, ସାହାରା ୟୁନିଭର୍ସାଲ୍ ମଲ୍ଟିପର୍ପୋଜ୍ ସୋସାଇଟି ଲିମିଟେଡ୍, ହାମରା ଇଣ୍ଡିଆ କ୍ରେଡିଟ୍ କୋଅପରେଟିଭ୍ ସୋସାଇଟି ଲିମିଟେଡ୍ ଏବଂ ଷ୍ଟାର୍ସ ବହୁମୁଖୀ କୋଅପରେଟିଭ୍ ସୋସାଇଟି ଲିମିଟେଡ୍ ର ନିବେଶକମାନଙ୍କ ପାଇଁ ଏହି ପୋର୍ଟାଲ୍ ପ୍ରସ୍ତୁତ କରାଯାଇଛି । ଆହୁରି ମଧ୍ୟ, ଏହି ପ୍ରକ୍ରିୟା ସଂପୂର୍ଣ୍ଣ ସ୍ୱଚ୍ଛ ଏବଂ ଡିଜିଟାଲ୍ ଅଟେ । ସଠିକ୍ ଜମାକାରୀଙ୍କୁ ସହଯୋଗ ମନ୍ତ୍ରଣାଳୟର ୱେବସାଇଟ୍ https://cooperation.gov.in ରେ କ୍ଲିକ୍ କରିବାକୁ ପଡିବ । ଫେରସ୍ତ ପାଇବାକୁ ହେଲେ ପୋର୍ଟାଲରେ ଅନଲାଇନ୍ ଆବେଦନ କରିବାକୁ ପଡିବ ଓ ଆବଶ୍ୟକ ଡକ୍ୟୁମେଣ୍ଟ୍ ଅପଲୋଡ୍ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri