ସ୍ତ୍ରୀଙ୍କ ଆତ୍ମହତ୍ୟା ସହି ନ ପାରି ଜୀବନ ହାରିଲେ ସ୍ବାମୀ

ବୈପାରିଗୁଡ଼ା,୧୧ା୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧୀନ ମାଝିଗୁଡ଼ା ପଞ୍ଚାୟତ ଭାଲିଆପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ତ୍ରୀ, ସ୍ବାମୀ ଦୁହେଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ବଚସାକୁ କେନ୍ଦ୍ରକରି ପ୍ରଥମେ ସ୍ତ୍ରୀ ଆତ୍ମହତ୍ୟା କରିଦେଇଥିଲେ। ଏହି ଦୁଃଖ ସହି ନ ପାରି ପରେ ସ୍ବାମୀ ଜୀବନ ହାରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ବୁଧବାର ରାତିରେ କୌଣସି ଘଟଣାକୁ କେନ୍ଦ୍ରକରି ସ୍ବାମୀ ଦିନୁ ପରଜା(୪୫) ଓ ସ୍ତ୍ରୀ ରୁକ୍ମିଣୀଙ୍କ ମଧ୍ୟରେ ବଚସା ହୋଇଥିଲା। ଉକ୍ତ ଘଟଣା ପରେ ଦିନୁ ବାହାରକୁ ଚାଲିଯାଇଥିଲେ। ଏହି ସମୟରେ ରୁକ୍ମିଣୀ ଘର ଭିତରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ। ଘର ଭିତରୁ କିଛି ଶବ୍ଦ ଶୁଣି ପଡ଼ୋଶୀ ଲୋକେ ଓ ସ୍ବାମୀ ଦିନୁ ଘର ଭିତରକୁ ଆସି ଦେଖିବା ବେଳକୁ ରୁକ୍ମିଣୀଙ୍କ ମୃତଦେହ ଝୁଲୁଥିଲା। ସମସ୍ତେ ମିଶି ମୃତଦେହ ବାହାର କରି ତଳକୁ ଆଣିଥିଲେ। ଘଟଣା ପରେ ଦିନୁ ମର୍ମାହତ ହୋଇ ସେହି ରାତିରେ ଘରଠାରୁ କିଛି ଦୂରରେ ଥିବା ଏକ କାଜୁବାଡ଼ିରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିଲେ।

ଗୁରୁବାର ଦିନୁଙ୍କ ପରିବାର ଲୋକେ ବୈପାରିଗୁଡ଼ା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏନେଇ ପୋଲିସ ଏକ ମାମଲା(ନଂ. ୧ ଓ ୨/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri