ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସୋମବାର ଗଣାମଧ୍ୟର ପ୍ରତିନିଧି ମାନଙ୍କ ସହିତ କଥା ହୋଇ ସେ କହିଛନ୍ତି, ”ଦଳର ସର୍ବୋଚ୍ଚ ନେତା ତଥା ପାର୍ଲିଆମେଣ୍ଟ କମିଟି ଶେଷ ନିଷ୍ପତ୍ତି ନେବେ। ବିଜେଡିକୁ ରାଜ୍ୟବାସୀ ଲମ୍ବା ସମୟ ଧରି ଆଶୀର୍ବାଦ କରିଥିଲେ। କିନ୍ତୁ ଗତ ନିର୍ବାଚନରେ ଲୋକେ ତାଙ୍କ ନିକଟରୁ ମୁହଁ ଫେରାଇ ନେଇଛନ୍ତି।” ତେବେ ବିଧାୟକ ସଂଖ୍ୟା ଦେଖିଲେ ଭାଜପାର ପ୍ରାର୍ଥୀ ରାଜ୍ୟ ସଭା ଯିବା ନିଶ୍ଚିତ।

ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳକୁ କୌଣସି ଲୋକ ସଭା ଆସନ ମିଳି ନ ଥିଲା ବେଳେ ଏବେ ରାଜ୍ୟ ସଭାରେ ଦଳର ଶକ୍ତି ହ୍ରାସ ପାଇଁ ଚାଲିଛି। ପ୍ରଥମେ ମୟୁରଭଞ୍ଜର ଟାଣୁଆ ମହିଳା ନେତ୍ରୀ ମମତା ମହନ୍ତ ରାଜ୍ୟ ସଭା ସହିତ ଦଳରୁ ଇସ୍ତଫା ଦେଇ ଭଜାପରେ ମିଶିଥିଲେ। ଏହାରି ମଧ୍ୟରେ ସେ ପୁନର୍ବାର ଭାଜପାରୁ ରାଜ୍ୟ ସଭାକୁ ଯାଇ ସାରିଥିବା ବେଳେ ତାଙ୍କ ପଛେ ପଛେ ସୁଜିତ କୁମାର ରାଜ୍ୟ ସଭା ସହିତ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭଜାପରେ ଯୋଗ ଦେଇଛନ୍ତି।

ତେବେ ମମତାଙ୍କ ଭଳି ଭାଜପା ସୁଜିତଙ୍କୁ ମଧ୍ୟ ପୁନର୍ବାର ରାଜ୍ୟ ସଭା ପଠାଇପାରେ। କାରଣ ସୁଜିତଙ୍କର କାର୍ଯ୍ୟକାଳ ଖୁବ କମ ସମୟ ଆଉ ବାକିଥିଲା। ତେଣୁ ଭାଜପା ସ୍ୱଳ୍ପ ସମୟ ପାଇଁ ଦଳର ଅନ୍ୟ କୌଣସି ନେତାଙ୍କୁ ନ ପଠାଇପାରେ। ଏହା ବ୍ୟତୀତ ସୁଜିତଙ୍କୁ ପୁନର୍ବାର ରାଜ୍ୟ ସଭା ପଠାଇ ବିଜେଡିର ଅନ୍ୟ ନେତାମାନଙ୍କୁ ମଧ୍ୟ ଜଣାଇଦେବାକୁ ଚାହିଁବା କି ଦଳରେ ଯୋଗ ଦେଉଥିବା ନେତାମାନଙ୍କୁ ଭାଜପାରେ ଅଗ୍ରାଧିକାର ଦିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri