ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଅସ୍ତ୍ରୋପଚାର ପରେ ଅଧାରୁ ଅଚଳ ହେଲା ମେଶିନ , ଆଉ ତା’ପରେ…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ପଦବୀ ଖାଲି ପଡିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା । ସେହିପରି ଡାକ୍ତର ନ ଥିବା ଯୋଗୁ ଗତ କିଛିଦିନ ହେଲା ବରଗଡ଼ କ୍ୟାନସର ହସ୍ପିଟାଲରେ ତାଲା ଝୁଲୁଥିବାବେଳେ ଗୁରୁବାର ଜିଲା ମୁଖ୍ୟ ଡାକ୍ତରଖାନାରେ ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ପରିବାର ନିୟୋଜନ ଅସ୍ତ୍ରୋପଚାର ଚାଲିଥିବା ସମୟରେ ଅଧାରୁ ଅସ୍ତ୍ରୋପଚାର ପାଇଁ ଉଦ୍ଦିଷ୍ଟ ଯନ୍ତ୍ରପାତି (ମେଶିନ) ଅଚଳ ହୋଇ ପଡିଛି। ଫଳରେ ଅଧାରୁ ଅସ୍ତ୍ରୋପଚାର ଅଟକି ରହିଥିବା ସୂଚନା ମିଳିଛି। ଅନ୍ୟପଟେ ଅସ୍ତ୍ରୋପଚାର ପାଇଁ ଆସିଥିବା ଅନେକ ମହିଳାଙ୍କୁ ଅସ୍ତ୍ରୋପଚାର ପୂର୍ବରୁ ଆବଶ୍ୟକ ନିଶ୍ଚେତକ ଦିଆଯାଇଥିବା ଯୋଗୁ ସେମାନେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ରହିଥିବା ଜନନୀ ଓ ଶିଶୁ ଚିକିତ୍ସାଳୟ କକ୍ଷ ଶଯ୍ୟାରେ ରହିଥିବା ସୂଚନା ମିଳିଛି। ଏଭଳି ଅବ୍ୟବସ୍ଥାକୁ ନେଇ ସମ୍ପୃକ୍ତ ମହିଳାଙ୍କ ସହିତ ଆସିଥିବା ସେମାନଙ୍କ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଥିବାବେଳେ ଏଥିରୁ ଜିଲାର ସ୍ବାସ୍ଥ୍ୟସେବା ପଦାରେ ପଡିଯାଇଛି ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri