ସସ୍ପେଣ୍ଡ ପରେ ଶ୍ରୀମୟୀ କଲେ ବଡ଼ ଘୋଷଣା! ନବୀନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରୁଥିବା କୁହାଯାଉଛି। ପୂର୍ବରୁ ଚେତାବନୀ ଦେଇଥିବା ବିଜେଡି ଆଜି ଶ୍ରୀମୟୀଙ୍କୁ ଦଳରୁ ବହିଷ୍କୃତ କରିଛି ।

ତେବେ ସସପେଣ୍ଡ ପରେ ମୁହଁ ଖୋଲିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ ବିଚାର ଆପଣମାନଙ୍କର। ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କରିଦେଲେ।
ମୁଁ ଓଡିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ ମନେ କରୁନାହିଁ ।

Image

ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ...

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ...

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା...

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ...

ଆମେରିକାରେ ଅଶାନ୍ତି! ଟ୍ରମ୍ପଙ୍କ ନିଷ୍ପତ୍ତି ବିରୋଧରେ ଅଦାଲତରେ ୨୦ ରାଜ୍ୟ

ନୂଆଦିଲ୍ଲୀ,୧୩।୧୨: ଟ୍ରମ୍ପ ପ୍ରଶାସନର ନୂତନ H-1B ଭିସା ଆବେଦନ ଉପରେ ୧୦୦,୦୦୦ ଶୁଳ୍କ ଲାଗୁ କରିବାର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆମେରିକାର ୨୦ଟି ରାଜ୍ୟ ଏକ...

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ...

ଗୋଟିଏ ଦିନ ତିଷ୍ଠିଲା ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ: ଭାଙ୍ଗିଦେଲେ ପାକିସ୍ତାନୀ କ୍ରିକେଟର୍‌

ନୂଆଦିଲ୍ଲୀ,୧୩।୧୨: ଏସିଆ କପରେ ଗୋଟିଏ ଦିନ ମଧ୍ୟ ତିଷ୍ଠି ପାରି ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ। ଜଣେ ପାକିସ୍ତାନୀ ଖେଳାଳି ତାଙ୍କୁ ଅତିକ୍ରମ କରିଛନ୍ତି। ବୈଭବ...

ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍

ନୂଆଦିଲ୍ଲୀ,୧୩।୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ସକାଳ ଦିଲ୍ଲୀରେ କୁହୁଡ଼ି ସହିତ ଆରମ୍ଭ ହୋଇଥିଲା। ରାଜଧାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri