ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ ବିଗ୍ରହମାନଙ୍କ ଦର୍ଶନ କରିଛନ୍ତି।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ଶ୍ରୀମନ୍ଦିର ସମ୍ମୁଖରେ ସ୍ୱାଗତ କରାଯାଇଥିଲା। ପରେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ରତ୍ନସିଂହାସନରେ ବିରାଜମାନ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ।

ଏହାପରେ ଶ୍ରୀମନ୍ଦିର ବେଢ଼ା ମଧ୍ୟରେ ଥିବା ମା’ ବିମଳା, ମା’ ମହାଲକ୍ଷ୍ମୀଙ୍କ ସମେତ ପାର୍ଶ୍ୱଦେବାଦେବୀଙ୍କ ଦର୍ଶନ କରିଥିଲେ। ଶ୍ରୀମନ୍ଦିରରେ କିଛି ସମୟ ଅତିବାହିତ କରିବା ପରେ ସେ ମନ୍ଦିରରୁ ପ୍ରସ୍ଥାନ କରିଥିଲେ।ଏହି ସମୟରେ ପୁରୀ ଏସ୍‌ପି ପ୍ରତୀକ ସିଂଙ୍କ ସମେତ ଜିଲାର ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ

ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri