ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଶୁକ୍ରବାର ଅପରାହ୍ନରେ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଯୋଗେଶ ବାହାଦୁର ଖୁରାନିଆ,ଆଇ.ପି.ଏସ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେଅନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଡିଜିପି ଖୁରାନିଆ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀଗଣ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ।ପରେ ତାଙ୍କୁ “ଗାର୍ଡ ଅଫ୍ ଅନର” ପ୍ରଦାନ କରାଯାଇଥିଲା । ଦାୟିତ୍ୱ ଗ୍ରହଣ ପରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଖୁରାନିଆ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି । ପୋଲିସର ମୁଖିଆ ଭାବେ ଦାୟିତ୍ଵ ଗ୍ରହଣ କରି ନିଜକୁ ଗୌରବାନ୍ଵିତ ମନେ କରିବା ସହ ରାଜ୍ୟବାସୀଙ୍କୁ ଉନ୍ନତ ମାନର ପୋଲିସ ସେବା ଯୋଗାଇବା ସବୁଠୁ ବଡ କର୍ତ୍ତବ୍ୟ ବୋଲି ମତବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଆହ୍ଵାନ କ୍ରମେ,ଥାନାରେ କାର୍ଯ୍ୟରତ କର୍ମଚାରୀ ଏବଂଥାନାକୁ ଅଭିଯୋଗ କରିବାକୁ ଆସୁଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ଉପରେ ସେ ଗୁରୁତ୍ଵାରୋପ କରାଯିବ ବୋଲି ଡିଜିପି କହିଥିଲେ । ବିଗତ ଦିନରେ ଓଡିଶା ପୋଲିସ ମାଓବାଦୀ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ବୋଲି କହିବା ସହ ଲଢେଇରେ ଶହୀଦ ଯବାନ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା,ଅପରାଧ ଦମନ, ଅପରାଧ ନିରାକରଣ ଉପରେ ଗୁରୁତ୍ଵ ଦିଆଯିବ ।

ସମାଜର ଦୁର୍ବଳ ବର୍ଗ, ଶିଶୁ ଓ ମହିଳା ଅନୁସୂଚିତ ଜାତି ଓ ଜନଜାତିଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ ଅପରାଧ ଉପରେ ସ୍ଵତନ୍ତ୍ର ଧ୍ୟାନ ଦେବେ ବୋଲି ଡିଜିପି କହିଥିଲେ । ସାଂପ୍ରତିକ ପରିସ୍ଥିତିରେ ବଢି ଚାଲିଥିବା ସାଇବର ଅପରାଧକୁ ସଫଳତାର ସହ ମୁକାବିଲା କରିବା ପାଇଁ ସ୍ଵତନ୍ତ୍ର ପଦକ୍ଷପ ନିଆଯିବ ବୋଲି ଖୁରାନିଆ କହିଥିଲେ । ଆଗାମୀ ଦିନରେ ମାଦକ ଦ୍ରବ୍ଯର ପ୍ରସାର ଏବଂ ଅପରାଧ ଉପରେ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବୋଲି ସେ କହିଥିଲେ । ଜନସାଧାରଣଙ୍କ ଶ୍ରଦ୍ଧାଭାଜନ ହେବା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିବା ବୋଲି ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri