ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି। ପୀଡ଼ିତାଙ୍କ କଥା ଠିକ ନା ଡିସିପିଙ୍କ କଥା ଠିକ ତାକୁ ନେଇ ଚର୍ଚ୍ଚା ହେଉଛି।
ଗୁରୁବାର ପୀଡ଼ିତା ଗଣମାଧ୍ୟମକୁ କହିଥିଲେ ଯେ, ତାଙ୍କୁ ଥାନାରେ ଏକାଧିକ ପୋଲିସ ମାଡ଼ ମାରିଥିଲେ। ଘୋଷାଡ଼ି ମାଡ଼ ମାରିବା ସହ ତାଙ୍କୁ ଯୌନ ନିର୍ଯାତନା ମଧ୍ୟ ଦେଇଥିଲେ। ଥାନା ଆଇଆଇସି ତାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ କରିଥିଲେ। ପୀଡ଼ିତାଙ୍କ ମନ୍ତବ୍ୟ ପରେ ଏବେ ଡିସିପିଙ୍କ କଥାର ସତ୍ୟତାକୁ ନେଇ ଚର୍ଚ୍ଚା ହେଉଛି।

ଏକ ଜାତୀୟ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୋଷାରୋପ କରିଥିଲେ। ଉଭୟ ଥାନାରେ ପହଞ୍ଚି ଉଭୟ ହଙ୍ଗାମା କରିବା, ସହ ଦୁର୍ବ୍ୟବହାର କରିଥିବା ସେ କହିଲେ। ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ସହ ଗାଳି କରିଥିଲେ। ଯାହାଙ୍କୁ ଦେଖିଲେ ଲାଗୁଥିଲା ଯୁବତୀ ଜଣକ ନିଶାଗ୍ରସ୍ତ ଅଛନ୍ତି ବୋଲି ଡିସିପି କହିଥିଲେ। ଜଣେ ମହିଳା ଅଫିସରଙ୍କୁ ସେ ଚାପୁଡ଼ା ମାରିଲେ, ଅନ୍ୟ ଜଣକୁ କାମୁଡ଼ିଲେ। ଆଇଆଇସି ଆସିଲା ପରେ ତାଙ୍କୁ ବି ସେ ଦୁର୍ବ୍ୟବହାର କରିଥିଲେ। ଦୁର୍ବ୍ୟବହାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା।

 

ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର୍‌ ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ କିପରି ଭାବେ ତାଙ୍କ ସହ ଦୁଃର୍ବ୍ୟବହାର ପ୍ରଦର୍ଶନ କରିଥିଲେ ସେ ସବୁ ଘଟଣା କାନ୍ଦି କାନ୍ଦି ବଖାଣିଛନ୍ତି। ଅଙ୍କିତାଙ୍କ କଥା ଶୁଣିବା ପରେ କମିଶନରେଟ୍‌ ପୋଲିସ ଅଧୀନରେ ଆସୁଥିବା ଭରତପୁର ଥାନାର କର୍ମଚାରୀ ଓ ଅଧିକାରୀ କିପରି ବେଆଇନ ଏବଂ ଆପରାଧିକ କାର୍ଯ୍ୟକଳାପ କରିଥିଲେ ସେସବୁ ଲୋକଲୋଚନକୁ ଆସିଛି। ବିଳମ୍ବିତ ରାତିରେ ଅଭିଯୋଗ କରିବାକୁ ଆସିଥିବା ମେଜର ଗୁରୁଭନ୍ସ ଏବଂ ତାଙ୍କ ବାନ୍ଧବୀ ଅଙ୍କିତାଙ୍କୁ ରାତିତମାମ ଥାନା କର୍ମଚାରୀ ଅକଥନୀୟ ନିର୍ଯାତନା ଦେଇଛନ୍ତି। ଖାଲି ନିର୍ଯାତନା ନୁହେଁ, ଅଙ୍କିତାଙ୍କୁ ମାଡ଼ ମାରିବା ସହ ତାଙ୍କ ପ୍ରାଇଭେଟ୍‌ ପାର୍ଟକୁ ପୁରୁଷ ପୋଲିସ ଗୋଇଠା ମଧ୍ୟ ମାରିଥିଲେ। କିଛି ସମୟ ପରେ ଆଇଆଇସି ଆସି ତାଙ୍କ ପ୍ୟାଣ୍ଟ ଖସାଇ ଦେଇଥିଲେ। ଏହାପରେ ଆଇଆଇସି ନିଜର ଗୁପ୍ତାଙ୍ଗ ଦେଖାଇ କେତେ ଥର ନେଲା ପରେ ଚୁପ୍‌ ରହିବୁ ବୋଲି କହିଥିବା ଅଙ୍କିତା କହିଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ଅଙ୍କିତା କହିଛନ୍ତି, ରାତି ଗୋଟାଏ ସମୟରେ ସେ ତାଙ୍କ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଘରକୁ ଫେରୁଥିଲେ। ତେବେ ଅଧା ରାସ୍ତାରେ କେତେଜଣ ବ୍ୟକ୍ତି ଗାଡ଼ି ଅଟକାଇ ଯୁକ୍ତିତର୍କ କରିଥିଲେ। ସେମାନଙ୍କ କବଳରୁ ବାହାରି ଅଭିଯୋଗ କରିବା ପାଇଁ ଭରତପୁର ଥାନାରେ ପହଞ୍ଚତ୍ଥିଲେ। ସେତେବେଳେ ଥାନା ଅଭ୍ୟର୍ଥନା କକ୍ଷରେ ଜଣେ ମହିଳା କନଷ୍ଟେବଲ ବସିଥିଲେ। ସେ ସେତେବେଳେ ୟୁନିଫର୍ମରେ ନ ଥିଲେ, ନାଇଟ୍‌ ପିନ୍ଧି ବସିଥିଲେ। ତାଙ୍କ ଛଡ଼ା ଆଉ କୌଣସି ପୋଲିସ କର୍ମଚାରୀ ନ ଥିଲେ। ତେଣୁ ସମ୍ପୃକ୍ତ ମହିଳା କନଷ୍ଟେବଲଙ୍କୁ ଏଫ୍‌ଆଇଆର୍‌ ରୁଜୁ କରିବା ପାଇଁ ଅନୁରୋଧ କରିଥିଲେ। ହେଲେ ସେ ଏଫ୍‌ଆଇଆର୍‌ ଲଜ୍‌ କରିବା ବଦଳରେ ଗାଳି ଦେଇଥିଲେ ବୋଲି ପୀଡ଼ିତା କହିଛନ୍ତି। ମହିଳା କନଷ୍ଟେବଲ ଗାଳିଦେବାର କିଛି ସମୟ ପରେ ଏକ ପାଟ୍ରୋଲିଂ ଗାଡ଼ି ଥାନାରେ ପହଞ୍ଚତ୍ଥିଲା। ସେଥିରେ ଥିବା ମହିଳା ଓ ପୁରୁଷ କର୍ମଚାରୀମାନେ ଏଫ୍‌ଆଇଆ୍‌ର ଲେଖିବା ପାଇଁ ମେଜର ଗୁରୁଭନ୍ସଙ୍କୁ କହିଥିଲେ। ଗୁରୁଭନ୍ସ ଅଭିଯୋଗ ଲେଖିବା ପାଇଁ ରାଜି ହୋଇଥିଲେ। କିନ୍ତୁ ସେଠାରେ କ’ଣ ହେଲା ସେମାନେ ତାଙ୍କୁ କଷ୍ଟୋଡିରେ ରଖିଲେ। ଏହାକୁ ଅଙ୍କିତା ପ୍ରତିବାଦ କରିଥିଲେ। ଜଣେ ଆର୍ମି ଅଫିସରଙ୍କୁ କଷ୍ଟୋଡିରେ ରଖିପାରିବ ନାହିଁ, ଏହା ଆଇନ ବିରୋଧୀ ବୋଲି କହିଥିଲେ। ଠିକ୍‌ ସେତିକି ବେଳେ ୨ ଜଣ ମହିଳା ପୋଲିସ ଅଫିସର ତାଙ୍କ ଚୁଟି ଧରି ମାଡ଼ ମାରିଥିଲେ। ଏହାକୁ ଯେତେ ପ୍ରତିବାଦ କରିଥିଲେ ସୁଦ୍ଧା ସେମାନେ ଶୁଣି ନ ଥିଲେ। ସେମାନଙ୍କ ଭିତରୁ ଜଣେ ମହିଳା କନଷ୍ଟେବଲ ଅଙ୍କିତାଙ୍କ ଗଳା ଚିପିଦେବାକୁ ଉଦ୍ୟମ କରୁଥିବାବେଳେ ନିଜକୁ ବଞ୍ଚାଇବାକୁ ସେ ତାଙ୍କ ହାତକୁ କାମୁଡ଼ି ଦେଇଥିଲେ। ତା’ପରେ ସେମାନେ ଅଙ୍କିତାଙ୍କ ଜାକେଟ୍‌ରେ ପଛ ପାର୍ଶ୍ୱରେ ହାତକୁ ବାନ୍ଧି ଦେଇଥିଲେ। ଜଣେ କନଷ୍ଟେବଲଙ୍କ ସ୍କ୍ରାପ୍‌ରେ ତାଙ୍କ ଗୋଡ଼କୁ ବାନ୍ଧିଦେଇ ଲକ୍‌ଅପ୍‌ ପକାଇ ଦେଇଥିଲେ। ଲକ୍‌ଅପ୍‌ରେ ରହିବାର କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସିଥିଲେ। ସେ ତାଙ୍କ ଅନ୍ତର୍ବସ୍ତ୍ର ଖୋଲି ତାଙ୍କ ପ୍ରାଇଭେଟ୍‌ ପାର୍ଟକୁ ଗୋଇଠା ପରେ ଗୋଇଠା ମାରି ଚାଲିଥିଲେ। କିଛି ସମୟ ପରେ ଆଇଆଇସି ଆସି ତାଙ୍କ ପ୍ୟାଣ୍ଟ ଖସାଇ ଦେଇ ନିଜର ଗୁପ୍ତାଙ୍ଗ ଦେଖାଇ କେତେ ଥର ନେଲା ପରେ ଚୁପ୍‌ ରହିବୁ ବୋଲି କହିଥିଲେ। ସେତେବେଳେ ସହଯୋଗ ପାଇଁ ବଡ଼ ପାଟିରେ ଚିତ୍କାର କରୁଥିଲେ ସୁଦ୍ଧା କେହି କିଛି ଶୁଣି ନ ଥିଲେ ବୋଲି ଅଙ୍କିତା କହିଛନ୍ତି। ଅଙ୍କିତାଙ୍କ ଏଭଳି ବୟାନ ଶୁଣିବା ପରେ ଚାରିଆଡୁ ପୋଲିସ ବିଭାଗକୁ ସମସ୍ତେ ନିନ୍ଦା କରିବାରେ ଲାଗିଛନ୍ତି। କିପରି ଜଣେ ପୋଲିସ ଅଧିକାରୀ ଏଭଳି ବ୍ୟବହାର ଦେଖାଇପାରିଲେ ବୋଲି ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତୁରନ୍ତ ସେହି ପୋଲିସ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଚାକିରିରୁ ବରଖାସ୍ତ କରାଯିବା ସହ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଅନେକେ ସାମାଜିକ ଗଣମାଧ୍ୟମରେ ମତ ରଖିଛନ୍ତି।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?