ଅପହରଣ ପରେ ମୁଣ୍ଡ ଜାମିନ ରଖି ଟଙ୍କା ଦାବି

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଯୁବକଙ୍କୁ ରାସ୍ତାରୁ ଅପହରଣ ପରେ ଏକ ଘରେ ମୁଣ୍ଡଜାମିନ ରଖି ନିର୍ଯାତନା ଦେବା ସହ ଟଙ୍କା ଦାବି କରିଥିଲେ ଅପହର୍ତ୍ତା। ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଯଦୁପୁରରେ ଚଢ଼ାଉ କରି ଉକ୍ତ ଯୁବକଙ୍କୁ ଉଦ୍ଧାର କରିବା ସହ ୨ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ଜିଲା ବେଗୁନିଆର ସେକ୍‌ ରାଜୁ (୨୪) ଓ ସେକ ନାଜିମ (୨୯)। ଏନେଇ ପୋଲିସ ମାମଲା (ନଂ.୨୧୭/୨୨) ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରିଛି।
ପୋଲିସ ସୂଚନାନୁଯାୟୀ, ଅପହୃତ ଯୁବକ ହେଲେ ଜାଗମରା ଉପରସାହିର ଆଦିତ୍ୟ ରାଜ୍‌ ଜେନା। ଗତ ୨୮ ତାରିଖରେ ସେ ତାଙ୍କ ସାଙ୍ଗଙ୍କ ସହିତ ହୋଟେଲ ରାଜବୋଗାର ଆଗରେ ଛିଡା ହୋଇଥିଲେ। ଏହି ସମୟରେ ଦୁଇ ଅଭିଯୁକ୍ତ ରାଜୁ ଓ ନାଜିମ କାରରେ ଆସି ତାଙ୍କୁ ବଳପୂର୍ବକ କାର ଭିତରକୁ ଟାଣି ନେଇ ଅପହରଣ କରିନେଇଥିଲେ। ଏହାପରେ ତାଙ୍କୁ ଯଦୁପୁର ଗ୍ରାମକୁ ନେଇ ଏକ କୋଠରିରେ ରଖି ଖଣ୍ଡା ଓ ବାଡିରେ ଆକ୍ରମଣ କରିବା ସହ ନଗଦ ୫୦ ହଜାର ଟଙ୍କା ମାଗିଥିଲେ। ପାଖରେ ଟଙ୍କା ନ ଥିବାରୁ ଅଭିଯୁକ୍ତଦ୍ୱୟ ତାଙ୍କ ସାଙ୍ଗ ସୁରଜଙ୍କୁ ଫୋନ କରି ଟଙ୍କା ଦାବି କରିଥିଲେ। ନଚେତ୍‌ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ଏନେଇ ସୁରଜ ଖଣ୍ଡଗିରି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ତୁରନ୍ତ ଘଟଣାସ୍ଥଳକୁ ଯାଇ ଅପହୃତ ଆଦିତ୍ୟଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିବା ସହ ୨ ଅପହରଣକାରୀଙ୍କୁ ଗିରଫ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri