ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ

ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ ପ୍ରତିଦିନ ଶତାଧିକ ପଥର ବୋଝେଇ ଟ୍ରକ, ଡମ୍ପର ଯିବା ଆସିବା କରୁଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଥିବା ଅଭିଯୋଗ କରି ଶୁକ୍ରବାର ସ୍ଥାନୀୟ ଅଞ୍ଚଳର ଲୋକେ ରାସ୍ତାରୋକୋ କରିଥିଲେ। ସୋର ଥାନା ଅଧିକାରିଣୀ ମଧୁମିତା ମହାନ୍ତି ପହଞ୍ଚତ୍ ଆଲୋଚନା କରିବା ପରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ଟେକା ମାଡ଼ କରିଥିଲେ। ଏଥିରେ ମହିଳା କନଷ୍ଟେବଳ ରାଜଲକ୍ଷ୍ମୀ ଦାସ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ପୋଲିସ ଲାଠିଚାର୍ଜରେ ଦୁଇ ବିକ୍ଷୋଭକାରୀ ଆହତ ହୋଇଛନ୍ତି। ଆନ୍ଦୋଳନକାରୀଙ୍କ ମଧ୍ୟରୁ ୫ଜଣଙ୍କୁ ସୋର ଥାନାରେ ଅଟକ ରଖାଯାଇ ତଦନ୍ତ ଜାରି ରହିଛି। ତହସିଲଦାର ଓ ଥାନାଧିକାରୀ ପହଞ୍ଚତ୍ ଆଲୋଚନା ଜାରି ରଖିଛନ୍ତି। ସୋର ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଏକ ମାମଲା (ନଂ. ୫୫/୨୧) ରୁଜୁ କରିଛି। ଆହତ ବ୍ୟକ୍ତି ହେଲେ ସୋର ଥାନା ଆଙ୍ଗୁଳା ଗ୍ରାମର ସନାତନ ଜେନା (୫୫)। ତାଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଦ୍ୱାରା ସୋର ଡାକ୍ତରଖାନା ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri