ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ ଚାଳକଙ୍କ ଆଖି ଲାଗିଯିବାରୁ ଅନ୍ୟ ଏକ ଟ୍ରକକୁ ପିଟି ଦେଇଥିଲା। ଫଳରେ ହେଲପର ବସିଥିବା ସମ୍ମୁଖ ଭାଗ ଭାଙ୍ଗି ଚୁର୍‌ମାର ହୋଇଯାଇଥିଲା। ହେଲେ ହେରପର ଜଣକ କୌଣସି କ୍ରମେ ଦୁର୍ଘଟଣାରୁ ବର୍ତ୍ତିବା ପାଇ ଟ୍ରକ୍‌ରୁ ଓହ୍ଲାଉ ଥିବା ବେଳେ ଟ୍ରକ୍‌ ଚକାତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ଚାଳକ ଜଣକ ସୁରକ୍ଷିତ ଥିବା ଜଣାପଡିଛି। ପଳାସପଙ୍ଗା ଫାଣ୍ଡି ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଉଭୟ ଗାଡି ସହିତ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri