ମୌସୁମୀ ସକ୍ରିୟ ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର, ୯ା୭(ଭାସ୍କର ରାଉତରାୟ): ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୫୦ ହଜାରରୁ ଅଧିକ ପକ୍ଷୀ ଭିଡ଼ ଜମାଇ ସାରିଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି।

ଭିତରକନିକାକୁ ବର୍ଷା ଆସିବା ପରେ ଦେଶୀୟ ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶବିସ୍ତାର କରିବାକୁ ଧାଇଁ ଆସିଛନ୍ତି। ଭିତରକନିକାରେ ରହିଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଗେଣ୍ଡାଳିଆ, ପାଣିକୁଆ, ଖଇରା, ଅଞ୍ଜନା, ରାଣୀବଗ, ମଝିଆବଗ, ବଡବଗ, କାପରଖାଇ, ଅନ୍ଧାରିଆବଗ, ମାଛରଙ୍କା ପ୍ରଭୃତି ୧୦ ପ୍ରକାରର ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏହି ଦେଶୀୟ ପକ୍ଷୀମାନେ ବନୀ, ଗୁଆଁ, ସିଙ୍ଗଡା, ରାଇ, ସିନ୍ଦୁକା, କେରୁଆଁ ଆଦି ଗଛରେ ବସା ବାନ୍ଧୁଥିବା ଦେଖିବାକୁ ମିଳିଛି। ମଠଆଡିଆରେ ଅଧିକ ସଂଖ୍ୟାରେ ଗେଣ୍ଡାଳିଆ ବସା କରିଥିବା ବେଳେ ଦୁର୍ଗାପ୍ରସାଦଡିଆରେ ବଗ ଓ ପାଣିକୁଆ ଅଧିକ ସଂଖ୍ୟାରେ ବସା ବାନ୍ଧିଛନ୍ତି। ଲକ୍ଷ୍ମୀପ୍ରସାଦଡିଆରେ ସବୁ ପ୍ରଜାତିର ପକ୍ଷୀ ବସା ବାନ୍ଧିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ ହଜାର ପକ୍ଷୀ କେବଳ ଲକ୍ଷ୍ମୀପ୍ରସାଦଡିଆରେ ଭିଡ ଜମାଇଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଗତ ୨୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦେଶୀୟ ପକ୍ଷୀମାନେ ବଗଗହନରେ ଭିଡ ଜମାଉଥିଲେ। ସେହି ସ୍ଥାନରେ ପର୍ଯ୍ୟଟକମାନେ ଦେଶୀୟ ପକ୍ଷୀଙ୍କୁ ଦେଖିବା ପାଇଁ ୱାଚଟାୱାର ମଧ୍ୟ ନିର୍ମାଣ କରାଯାଇଥିଲା। ମାତ୍ର ଲଗାତର ୮ ବର୍ଷ ହେଲା ବଗଗହନରେ ଗୋଟିଏ ବି ପକ୍ଷୀ ବସା ବାନ୍ଧୁନାହାଁନ୍ତି କି ଭିଡ ଜମାଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri