Posted inଖେଳ

ଅପିଲ ଖାରଜ ହେବା ପରେ ପ୍ରଥମ ପୋଷ୍ଟ ଶେୟାର କଲେ ଭିନେଶ, ଫଟୋ ଦେଖିଲେ ଭାଙ୍ଗିଯିବ ହୃଦୟ

ନୂଆଦିଲ୍ଲୀ,୧୫।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ପରେ ଭାରତୀୟ ପ୍ରଶଂସକଙ୍କୁ ଏକ ବଡ ଝଟକା ଲାଗିଛି। ଅଯୋଗ୍ୟତା ପରେ ରେସଲର ଭିନେଶ ଫୋଗଟ କୋର୍ଟ ଅଫ ଆର୍ବିଟ୍ରେସନ ଫର ସ୍ପୋର୍ଟସ (ସିଏଏସ) ରେ ଡିସକ୍ୱାଲିଫିକେଶନ ପରେ ଆବେଦନ କରିଥିଲେ। ଭିନେଶଙ୍କ ଆବେଦନ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଏହି ଆବେଦନ ପ୍ରତ୍ୟାଖ୍ୟାନ ହେବା ମାତ୍ରେ ରୌପ୍ୟ ପଦକ ଆଶା ମଧ୍ୟ ମଉଳି ଯାଇଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗରେ ଭିନେଶ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଅନେକ ପ୍ରକାରର କମେଣ୍ଟ ମଧ୍ୟ ଆସିଛି।
ସୂଚନାଯୋଗ୍ୟ, ଭିନେଶ ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରିଛନ୍ତି। ସେ ଏଥିରେ ଭାବପ୍ରବଣ ହୋଇଥିବା ଦେଖାଯାଉଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଫଟୋ କ୍ୟାପଶନରେ ଭିନେଶ କିଛି ଲେଖି ନାହାଁନ୍ତି। କିନ୍ତୁ ଭିନେଶଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ପ୍ରଶଂସକ କମେଣ୍ଟ କରିଛନ୍ତି। ଭାରତୀୟ ଟେବୁଲ ଟେନିସ ଖେଳାଳି ମନିକା ବତ୍ରା ଏକ କମେଣ୍ଟରେ ଲେଖିଛନ୍ତି ଯେ ଆପଣ ପ୍ରେରଣାଦାୟକ। ତୁମେ ପ୍ରଶଂସା ପାଇବାକୁ ଯୋଗ୍ୟ। ତୁମେ ଭାରତର ରତ୍ନ। ମନିକାଙ୍କ ସହ ଅନ୍ୟ ୟୁଜର୍ସମାନେ ଭିନେଶଙ୍କ ପାଇଁ ମଧ୍ୟ କମେଣ୍ଟ ଦେଇଛନ୍ତି।

ଭିନେଶ ସିଏଏସରେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ। କିନ୍ତୁ ଏହାର ନିଷ୍ପତ୍ତି ତାରିଖ ବାରମ୍ବାର ସ୍ଥଗିତ ରଖାଗଲା। ତେବେ ଶେଷରେ ବୁଧବାର ଏହି ନିଷ୍ପତ୍ତି ନିଆଯାଇଛି। ଭିନେଶଙ୍କ ଆବେଦନକୁ ସିଏଏସ ପ୍ରତ୍ୟାଖ୍ୟାନ କଲା। ସ୍ବର୍ଣ୍ଣ ପଦକ ମ୍ୟାଚ ପୂର୍ବରୁ ଭିନେଶଙ୍କୁ ଅଯୋଗ୍ୟ କରାଯାଇଥିଲା। ତାଙ୍କର ଓଜନ ମାତ୍ର ୧୦୦ଗ୍ରାମ ଅଧିକ ଥିଲା। ରୌପ୍ୟ ପଦକ ପାଇଁ ଭିନେଶଙ୍କୁ ନିଶ୍ଚିତ କରାଯାଇଥିଲା। ହେଲେ ଅଯୋଗ୍ୟ ହେବା ପରେ ସେ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri