ଆକ୍ରମଣ ପରେ ଚାଞ୍ଚଲ୍ୟକର ଖୁଲାସା କଲେ ହିମାଂଶୁ: ”ମୋତେ ମାରିଦେଇଥାନ୍ତେ”

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଧବାର ସନ୍ଧ୍ୟାରେ ଦୁର୍ବୁତ୍ତମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ପଛରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଏଥିସହିତ ଘଟଣା ପରେ ଗଣମାଧ୍ୟମ ଆଗରେ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି।

ହିମାଂଶୁ କହିଛନ୍ତି, ” ଦୁର୍ବୁତ୍ତମାନେ ମୋ ସହ ମୋ ପିଏସ୍‌ଓଙ୍କୁ ଆକ୍ରମଣ କରିଥିଲେ। ପିଏସ୍‌ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍‌ଓ ସେମାନଙ୍କ କବଳରୁ ଖସିଯାଇଥିଲେ। ଠିକ ସମୟରେ ଯଦି ଲୋକମାନେ ଆସିନଥାନ୍ତେ ସେମାନେ ମୋତେ ମାରିଦେଇଥାନ୍ତେ। ଏଥିସହିତ ସେମାନେ ଆକ୍ରମଣ ସମୟରେ କହୁଥିଲେ ବବି ଦାସକୁ ବିରୋଧ କରୁଛି, ତାକୁ ପିଟି ମାରିଦିଅ।”

ସେ ଆହୁରି କହିଛନ୍ତି ଯେ, ”ମୋତେ ମାରି ବାଇ ଇଲେକ୍ସନ କରିବା ଯୋଜନାରେ ଥିଲେ। ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍‌ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍‌ କରିଦିଅ କହିଥିଲେ।” ତେବେ ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍‌ ପାଇଁ କହିବେ ସେ ଖୁଲାସା କରିଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Pahalgam Attack: ପୁଣି ଭାଇରାଲ ହେଲା ଆକ୍ରମଣର ଛାତିଥରା ଭିଡିଓ, ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଅଞ୍ଚଳରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଏକ ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ହରାଇଥିବା...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

ଦନ୍ତା ହାତୀର ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ସନ୍ଦେହ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ସୀମାନ୍ତ ମୟୂରଭଞ୍ଜ ଜିଲା ଶାଳଚୁଆ ଫୁଟବଲ ପଡ଼ିଆ ପାଖ ଜଙ୍ଗଲରେ ମଙ୍ଗଳବାର ଏକ ଦନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri