Posted inଜାତୀୟ

ସୀମା ସଂଘର୍ଷ ପରେ ଆଜି ମୋଦି-ଜିନ୍‌ପିଙ୍ଗ୍‌ ପ୍ରଥମ ଭେଟ

ନୂଆଦିଲ୍ଲୀ,୧୬।୯:୨୦୨୦ରେ ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ଯୋଗଦେବା ଲାଗି ଗୁୁରୁବାର ଉଜ୍‌ବେକିସ୍ତାନର ସମରକନ୍ଦ ସହରକୁ ଯାଇଛନ୍ତି। ଏହି ସମିଟ୍‌ରେ ଜିନ୍‌ପିଙ୍ଗଙ୍କ ସମେତ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଯୋଗଦେବେ।
ଏସ୍‌ସିଓ ସମିଟ୍‌ରେ ବିଭିନ୍ନ ଆଞ୍ଚଳିକ, ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ପ୍ରଧାନମନ୍ତ୍ରୀ ଉଜ୍‌ବେକିସ୍ତାନ ଗସ୍ତରେ ଯିବା ପୂର୍ବରୁ କହିଛନ୍ତି। ଏଥିସହିତ ସାଙ୍ଘାଇ ସହଯୋଗ ସଂଗଠନର ସମ୍ପ୍ରସାରଣ ଉପରେ ମଧ୍ୟ ସେ ଗୁରୁତ୍ୱ ଦେବେ। ଏସ୍‌ସିଓରେ ବହୁବିଧ ସହଯୋଗ ବଢ଼ାଇବା ଉପରେ ସେ ମତ ବିନିମୟ କରିବେ ବୋଲି ମୋଦି କହିଛନ୍ତି। ସମିଟ୍‌ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ ବୋଲି ଆଶା କରାଯାଉଛି। ପୂର୍ବ ଲଦାଖରେ ଦୁଇବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ସ୍ଥିତିରେ ରହିବା ପରେ ଚଳିତ ସପ୍ତାହରେ ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳରୁ ସେନା ପ୍ରତ୍ୟାହାର ହୋଇଛି। ଲଦାଖରେ ମୁହାଁମୁହିଁ ସ୍ଥିତି ଆରମ୍ଭ ହେବା ପରଠାରୁ ମୋଦି ଏବଂ ଜିନ୍‌ପିଙ୍ଗ ପରସ୍ପର ସହ କଥା ହୋଇ ନ ଥିଲେ। ତେବେ ମୋଦି ଓ ଜିନ୍‌ପିଙ୍ଗଙ୍କ ମଧ୍ୟରେ ବୈଠକ ହେବ କି ନାହିଁ ତାହା ଚାଇନା ସ୍ପଷ୍ଟ କରିନାହିଁ। ମୋଦି ଓ ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ବାଣିଜ୍ୟ ସମେତ ରୁଷୀୟ ସାର ଏବଂ ଖାଦ୍ୟ ଯେଗାଣ ପ୍ରସଙ୍ଗ ସ୍ଥାନ ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri