Posted inଜାତୀୟ

ସୀମା ସଂଘର୍ଷ ପରେ ଆଜି ମୋଦି-ଜିନ୍‌ପିଙ୍ଗ୍‌ ପ୍ରଥମ ଭେଟ

ନୂଆଦିଲ୍ଲୀ,୧୬।୯:୨୦୨୦ରେ ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ଯୋଗଦେବା ଲାଗି ଗୁୁରୁବାର ଉଜ୍‌ବେକିସ୍ତାନର ସମରକନ୍ଦ ସହରକୁ ଯାଇଛନ୍ତି। ଏହି ସମିଟ୍‌ରେ ଜିନ୍‌ପିଙ୍ଗଙ୍କ ସମେତ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଯୋଗଦେବେ।
ଏସ୍‌ସିଓ ସମିଟ୍‌ରେ ବିଭିନ୍ନ ଆଞ୍ଚଳିକ, ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ପ୍ରଧାନମନ୍ତ୍ରୀ ଉଜ୍‌ବେକିସ୍ତାନ ଗସ୍ତରେ ଯିବା ପୂର୍ବରୁ କହିଛନ୍ତି। ଏଥିସହିତ ସାଙ୍ଘାଇ ସହଯୋଗ ସଂଗଠନର ସମ୍ପ୍ରସାରଣ ଉପରେ ମଧ୍ୟ ସେ ଗୁରୁତ୍ୱ ଦେବେ। ଏସ୍‌ସିଓରେ ବହୁବିଧ ସହଯୋଗ ବଢ଼ାଇବା ଉପରେ ସେ ମତ ବିନିମୟ କରିବେ ବୋଲି ମୋଦି କହିଛନ୍ତି। ସମିଟ୍‌ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ ବୋଲି ଆଶା କରାଯାଉଛି। ପୂର୍ବ ଲଦାଖରେ ଦୁଇବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ସ୍ଥିତିରେ ରହିବା ପରେ ଚଳିତ ସପ୍ତାହରେ ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳରୁ ସେନା ପ୍ରତ୍ୟାହାର ହୋଇଛି। ଲଦାଖରେ ମୁହାଁମୁହିଁ ସ୍ଥିତି ଆରମ୍ଭ ହେବା ପରଠାରୁ ମୋଦି ଏବଂ ଜିନ୍‌ପିଙ୍ଗ ପରସ୍ପର ସହ କଥା ହୋଇ ନ ଥିଲେ। ତେବେ ମୋଦି ଓ ଜିନ୍‌ପିଙ୍ଗଙ୍କ ମଧ୍ୟରେ ବୈଠକ ହେବ କି ନାହିଁ ତାହା ଚାଇନା ସ୍ପଷ୍ଟ କରିନାହିଁ। ମୋଦି ଓ ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ବାଣିଜ୍ୟ ସମେତ ରୁଷୀୟ ସାର ଏବଂ ଖାଦ୍ୟ ଯେଗାଣ ପ୍ରସଙ୍ଗ ସ୍ଥାନ ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri