ବିବାଦ ପରେ ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରିନେଲେ ସବ୍ୟସାଚୀ

ମୁମ୍ବାଇ: ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀ ନିଜର ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ବାସ୍ତବରେ ସବ୍ୟସାଚୀ ମଙ୍ଗଳସୂତ୍ରର ବିଜ୍ଞାପନ ପାଇଁ ଜଣେ ଅର୍ଦ୍ଧ ନଗ୍ନ ମଡେଲଙ୍କୁ ବ୍ୟବହାର କରିଥିଲେ। ଏହା ପରେ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମୁଖାର୍ଜୀଙ୍କ ବିଜ୍ଞାପନ ଉପରେ ଆପତ୍ତି ଉଠାଇଥିଲେ। ସେ ସବ୍ୟସାଚୀଙ୍କୁ ୨୪ ଘଣ୍ଟିଆ ଚେତାବନୀ ଦେଇଥିଲେ। ଯାହା ପରେ ସବ୍ୟସାଚୀ ରବିବାର ବିଳମ୍ବିତ ରାତିରେ ତାଙ୍କର ବିବାଦୀୟ ବିଜ୍ଞାପନକୁ ହଟାଇ ଦେଇଛନ୍ତି।

ବର୍ତ୍ତମାନ ନରୋତ୍ତମ ମିଶ୍ର ଏକ ବିବୃତ୍ତିରେ କହିଛନ୍ତି, ମୋର ପୋଷ୍ଟ ପରେ ସବ୍ୟସାଚୀ ତାଙ୍କର ଆପତ୍ତିଜନକ ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ଯଦି ସେ ଏହା ପୁନର୍ବାର କରନ୍ତି ତେବେ ପ୍ରତ୍ୟକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତାଙ୍କୁ କୌଣସି ଚେତାବନୀ ଦିଆଯିବ ନାହିଁ।

ଅନ୍ୟପକ୍ଷରେ ସବ୍ୟସାଚୀ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଲେଖିଛନ୍ତି, ମଙ୍ଗଳସୂତ୍ର ବିଜ୍ଞାପନ ଅନ୍ତର୍ଭୂକ୍ତିକରଣ ଏବଂ ସଶକ୍ତିକରଣ ଉପରେ ବାର୍ତ୍ତାଳାପ ପାଇଁ ଉଦ୍ଦିଷ୍ଟ ଥିଲା। ଐତିହ୍ୟ ଏବଂ ସଂସ୍କୃତି ଉପରେ ନିରନ୍ତର ଆଲୋଚନାର ପୃଷ୍ଠଭୂମିରେ। ଏହି ଅଭିଯାନର ଉଦ୍ଦେଶ୍ୟ ଥିଲା ଉତ୍ସବ ପାଳନ କରିବା। ଆମେ ଗଭୀର ଦୁଃଖିତ ଯେ, ଏହି କାରଣରୁ ଆମ ସମାଜର ଏକ ବିଭାଗ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଆମେ ଏହି ବିଜ୍ଞାପନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri