ବିବାଦ ପରେ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀଙ୍କ ଅଡିଓ ରେକର୍ଡିଂ

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲାକୁ ଯିବା, ସାଧାରଣ ସଭା କରିବା, ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ମିଳିବାକୁ ନେଇ ବିବାଦ ବଢ଼ିବା ପରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ମୁଖ୍ୟତଃ ପାଣ୍ଡିଆନ ଏବେ ସବୁ ଜିଲାରେ ସରକାରୀ କାର୍ଯ୍ୟକ୍ରମ କରୁଥିବାବେଳେ ବିରୋଧୀ ଏହାକୁ କଡ଼ା ଭାଷାରେ ସମାଲୋଚନା କରୁଥିଲେ। ମୁଖ୍ୟମନ୍ତ୍ରୀଙ୍କ ଜାଣତରେ ଏସବୁ ହେଉଛି ନା ନାହିଁ ବୋଲି ସେମାନେ ବାରମ୍ବାର ପ୍ରଶ୍ନ ଉଠାଇଥିଲେ। ଯଦି ମୁଖ୍ୟମନ୍ତ୍ରୀ ଏନେଇ ତାଙ୍କ ବ୍ୟକ୍ତିଗତ ସଚିବଙ୍କୁ ନିର୍ଦ୍ଦେଶ ଦେଇନାହାନ୍ତି ତେବେ ମୁହଁ ଖୋଲନ୍ତୁ ବୋଲି ମଧ୍ୟ ଉଭୟ କଂଗ୍ରେସ ଏବଂ ଭାଜପା ନେତାମାନେ ଦାବି କରିଥିଲେ। ତେବେ ବରଗଡ ଜିଲା ଗସ୍ତରେ ଥିବା ସମୟରେ ନବୀନଙ୍କ ଏକ ଅଡିଓ ରେକର୍ଡିଂକୁ ୫-ଟି ସଚିବ ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କୁ ଭେଟିବାବେଳେ ନିଜ ଫୋନରୁ ବଜାଇ ଶୁଣାଇଛନ୍ତି। କାଳେ ଲୋକେ ଠିକ୍‌ ସେ ଶୁଣି ନ ପାରିବେ ସେଥିପାଇଁ ପୂର୍ବରୁ ରେକର୍ଡିଂ ହୋଇଥିବା ନବୀନଙ୍କ ଏହି ଅଡିଓ ସନ୍ଦେଶକୁ ୨ ଥର ବଜାଇ ପାଣ୍ଡିଆନ ଶୁଣାଇଛନ୍ତି। ଯେଉଁଥିରେ ନବୀନ କହିଛନ୍ତି, ଆପଣଙ୍କ ସୁଖଦୁଃଖ ବୁଝିବା ପାଇଁ ସେ ତାଙ୍କ ବ୍ୟକ୍ତିଗତ ସଚିବଙ୍କୁ ପଠାଇଛନ୍ତି। ଆପଣମାନେ ଭଲ କାମ କରନ୍ତୁ। ସେ ସାହାଯ୍ୟ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ୨ ପଦ କଥା ପରେ ପାଣ୍ଡିଆନଙ୍କ ଜିଲା ଗସ୍ତ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ହେଉଥିବା ସ୍ପଷ୍ଟ ହୋଇଛି ବୋଲି ଆଲୋଚନା ଜୋର୍‌ ଧରିଛି। ତେବେ ଏନେଇ ବିରୋଧୀ କ’ଣ କହୁଛନ୍ତି ତାକୁ ଏବେ ସମସ୍ତଙ୍କ ନଜର ରହିଛି।
ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, କାହିଁକି ପ୍ରତିଦିନ ପାଣ୍ଡିଆନଙ୍କ ଜିଲା ଗସ୍ତ ଲାଗି ୫ କୋଟି ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ କରାଯାଉଛି। ଜଣେ ସରକାରୀ ଅଧିକାରୀଙ୍କ ପାଇଁ କିପରି ଏ ଟଙ୍କା ଖର୍ଚ୍ଚ ହେଉଛି। ଏହା ୫୦ ପ୍ରତିଶତ ମୋ ସରକାରର ପ୍ରତିଫଳନ। ମୁଖ୍ୟମନ୍ତ୍ରୀ କହିଲେ, ସେ ତାଙ୍କ ସଚିବଙ୍କ ପଠାଉଛନ୍ତି, ହେଲେ କେଉଁଠି ବି ସେ ତାଙ୍କ ପ୍ରତିନିଧିଙ୍କୁ ପଠାଉଛନ୍ତି ବୋଲି କହିଲେ ନାହିଁ। ତେବେ ୫-ଟି ସଚିବଙ୍କ ଗସ୍ତ ପଛର ସତ୍ୟତା କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ପାଣ୍ଡିଆନଙ୍କ ଗସ୍ତ ଲାଗି ଯେଉଁ ପ୍ରକାରର ସୁରକ୍ଷା ବ୍ୟବସ୍ଥା କରାଯାଉଛି, ଏହାକୁ କେଉଁ ସୁରକ୍ଷା କମିଟି ସ୍ଥିର କରିଛି। ଯାହା ତାଙ୍କୁ ମିଳୁଛି, ସବୁ ସଚିବଙ୍କ ଲାଗି ଏହି ବ୍ୟବସ୍ଥା ହେବ କି ବୋଲି ପୃଥ୍ବୀରାଜ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?