ସିଂହନାଥ ଦେବଙ୍କ ପୀଠ ପରିସର ଶୂନ୍‌ଶାନ

ବଡ଼ମ୍ବା,୧୬।୧(ଡି. ଏନ. ଏ ):କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ଟି-ବ୍ରିଜରେ ଶନିବାର ଦଳାଚକଟା ପରେ ପ୍ରଶାସନର ଚେତା ପଶିଛି। ରବିବାର ଓ ସୋମବାର ମେଳାକୁ ବନ୍ଦ ରଖାଯିବା ସହ ପୀଠ ଓ ସିଂହନାଥ ପୀଠକୁ ସଂଯୋଗ ଥିବା ଟି-ସେତୁରେ ୨ ଦିନ ପାଇଁ ୧୪୪ ଧାରା ଜାରି କରାଯାଇଛି। ଏପରିକି ଯାତ୍ରାସ୍ଥଳରେ ଥିବା ସମସ୍ତ ଦୋକାନ ଓ ବ୍ୟବସାୟୀଙ୍କୁ ହଟାଇ ଦିଆଯାଇଛି। ଫଳରେ ପୀଠ ପରିସର ଏବଂ ଟି- ସେତୁ ସମ୍ପୂର୍ଣ୍ଣ ଶୂନ୍‌ଶାନ ହୋଇଯାଇଛି। ପ୍ରଶାସନ ତରଫରୁ ସେଠାରେ ୭ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଯାତ୍ରା ସମୟରେ କେବଳ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳେ ଖାଲି ସମୟରେ କାହିଁକି ଅଧିକ ଫୋର୍ସ ମୁତୟନ କରାଯାଇଛି ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସ ସଂଖ୍ୟା ଅତି କମ୍‌ଥିବାରୁ ଏପରି ଦୁର୍ଘଟଣା ଘଟିଲା ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ଏ ସମ୍ପର୍କରେ ତହସିଲଦାର ନୀଳକଣ୍ଠ ବେହେରା କହିଛନ୍ତି, ୧୪୪ ଧାରା ଉଲ୍ଲଂଘନ ହେବାର ଆଶଙ୍କା ଥିବାରୁ ଏପରି କରାଯାଇଛି। ଅପରପକ୍ଷେ ଆହତମାନେ ଚିକିତ୍ସା ପରେ ଭଲ ଥିବା ନେଇ ସେ କହିଛନ୍ତି। ବଡ଼ମ୍ବା ଥାନା ଅନ୍ତର୍ଗତ ମାନପୁର ଗ୍ରାମର ଦାଶରଥି ବେହେରା (୪୮) ତିଗିରିଆସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି। ସିଂହନାଥ ଦେବଙ୍କ ପୀଠରେ ମକର ସଂକ୍ରାନ୍ତିରେ ମକର ମେଳା ଉପଲକ୍ଷେ ଶନିବାର ବହୁ ଭକ୍ତଙ୍କ ସମାଗମ ହୋଇଥିଲା। ଏହି ସମୟରେ ଟି-ସେତୁରେ ଅସମ୍ଭାଳ ଭିଡ଼ ଯୋଗୁ ଦଳାଚକାଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri