କ୍ରିକେଟ ପଡ଼ିଆ ପରେ ଏବେ ଫିଲ୍ମ ଦୁନିଆରେ ପାଦ ଦେବେ ଧୋନୀ…

ନୂଆଦିଲ୍ଲୀ,୧୬।୧୦ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି! କ୍ରିକେଟ ପଡ଼ିଆରେ ନିଜର ସଫଳତା ଦେଖାଇବା ପରେ ବର୍ତ୍ତମାନ କ୍ୟାପଟେନ କୁଲ ଅଭିନୟ ଜଗତରେ ପାଦ ଦେବାକୁ ଯାଉଛନ୍ତି। ହଁ, ପ୍ରଶଂସକମାନେ ଧୋନୀଙ୍କୁ ବଡ଼ ପରଦାରେ ଦେଖିପାରିବେ । ଖବର ଅନୁଯାୟୀ ମହେନ୍ଦ୍ର ସିଂ ଧୋନୀ ର୍ନିମାତା ଭାବରେ ତାଙ୍କ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ସେ ତାଙ୍କ ଫିଲ୍ମରେ ବଲିଉଡ ଅଭିନେତାଙ୍କ ବଦଳରେ ଦକ୍ଷିଣ କଳାକାରଙ୍କୁ ନେବାକୁ ଯାଉଛନ୍ତି।

ଧୋନୀ ତାଙ୍କ ଚଳଚ୍ଚିତ୍ର ସାଉଥ ଇଣ୍ଡଷ୍ଟ୍ରିରୁ ଡେବ୍ୟୁ କରିବେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମହେନ୍ଦ୍ର ସିଂ ଧୋନୀ ଦକ୍ଷିଣ ଭାରତୀୟ ସିନେମାର ଦୁଇ ବଡ ତାରକାଙ୍କ ସହ ଫିଲ୍ମ କରିବାକୁ ପ୍ରସ୍ତୁତ ହେଉଛନ୍ତି। ତାଙ୍କର ପ୍ରଥମ ପ୍ରୋଜେକ୍ଟରେ ଦକ୍ଷିଣର ସୁପରଷ୍ଟାର ଅଭିନେତା ଥାଲାପତି ବିଜୟ ଏବଂ ମହେଶ ବାବୁଙ୍କୁ କାଷ୍ଟ କରିବାକୁ ଯୋଜନା କରିଛନ୍ତି। ଧୋନୀ ଜଣେ ନିର୍ମାତା ଭାବରେ ମାଲାୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଅଭିନେତା ପ୍ରୀତିରାଜ ସୁକୁମାରନ ଏବଂ ତାଙ୍କ ଚଳଚ୍ଚିତ୍ରରେ କନ୍ନଡ ଇଣ୍ଡଷ୍ଟ୍ରିର କିଚା ସୁଦୀପଙ୍କୁ କାଷ୍ଟ କରିବା ପାଇଁ ମଧ୍ୟ ପ୍ରସ୍ତୁତି ଚଳାଇଛନ୍ତି।

ପୂର୍ବରୁ ଧୋନୀ ତାଙ୍କର ପ୍ରଥମ ଚଳଚ୍ଚିତ୍ରରେ ଦକ୍ଷିଣ ଅଭିନେତ୍ରୀ ନୟନତାରାଙ୍କୁ ମଧ୍ୟ କାଷ୍ଟ କରିବେ ବୋଲି ଖବର ଆସିଥିଲ। ଧୋନୀଙ୍କ ଆଇପିଏଲ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ସହ ଜଡିତ ଏକ ସୂତ୍ରରୁ ପ୍ରକାଶ ଯେ ମାହି ନିଜେ ମଧ୍ୟ ଥାଲାପତି ବିଜୟଙ୍କ ଫିଲ୍ମରେ କେମିୟୋ କରୁଥିବା ଦେଖିବାକୁ ମିଳିବ। ଧୋନିଙ୍କୁ ପରଦାରେ ଦେଖିବା ପାଇଁ ପ୍ରଶଂସକଙ୍କ ପାଇଁ ଏକ ସ୍ବପ୍ନ ଭଳି ହେବ!

ଧୋନୀଙ୍କର ଏକ ପ୍ରଡକ୍ସନ ହାଉସ ଅଛି, ଯାହାର ନାମ ଏମଏସ ଧୋନୀ ଏଣ୍ଟରଟେନମେଣ୍ଟ । ତାଙ୍କ ସହିତ ଏହି ପ୍ରଡକ୍ସନ ହାଉସ ତାଙ୍କ ସ୍ତ୍ରୀ ସାକ୍ଷୀ ମଧ୍ୟ ପରିଚାଳନା କରନ୍ତି। ସୂଚନା ଅନୁଯାୟୀ ଚେନ୍ନାଇରେ ଏହାର ନୂତନ କାର୍ଯ୍ୟାଳୟ ନିର୍ମାଣ କରାଯାଉଛି। ଏହି ପ୍ରଡକ୍ସନ ହାଉସରୁ ରୋର ଅଫ୍‌ ଲାୟନ, ଦ ହିଡେନ ହିନ୍ଦୁ ଏବଂ ବ୍ଲେଜ ଟୁ ଗ୍ଲୋରୀ ଭଳି ତିନୋଟି ଛୋଟ ବଜେଟ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri