ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ସପକ୍ଷରେ ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ) ୨୦୧୫, ସେପ୍ଟେମ୍ବର ୨୯ରେ ପ୍ରଦାନ କରିଥିବା ନିଷ୍ପତ୍ତିକୁ ରାଜ୍ୟ ହାଇକୋର୍ଟ ବଳବତ୍ତର ରଖିଛନ୍ତି।

ଏଥିସହ ଏହି ମାମଲାରେ ସ୍ୟାଟ୍‌ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାୟର ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ଡକ୍ଟର ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଏବଂ ଜଷ୍ଟିସ ଗୌରୀ ଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୪ ସପ୍ତାହ ମଧ୍ୟରେ ସ୍ୟାଟ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ଆଦେଶ ଦେଇଛନ୍ତି।

ଓସିଏସ୍‌(ଆର୍‌ଏ) ନିୟମାବଳୀ, ୧୯୯୦ ଅନୁସାରେ ପଞ୍ଜୀକୃତ ଦଲିଲ ମାଧ୍ୟମରେ ଆଇନ ଅନୁଯାୟୀ, ପୋଷ୍ୟ ଭାବେ ଗ୍ରହଣ କରାଯାଇଥିବା ପୁତ୍ର ଅନୁକମ୍ପାମୂଳକ ନିଯୁକ୍ତି ପାଇପାରିବେ। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପଞ୍ଜୀକୃତ ହୋଇଥିବା ପୋଷ୍ୟ ସନ୍ତାନଙ୍କ ଦଲିଲକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ବେଳେ ବିଚାରକୁ ନିଆଯିବ ନାହିଁ। ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ୧୯୯୬, ଅକ୍ଟୋବର ୧୦ର ଆଦେଶପତ୍ର ଆଇନ ଅନୁଯାୟୀ ଗ୍ରହଣୀୟ ନୁହେଁ ବୋଲି କୋର୍ଟ କହିବା ସହ ତାହାକୁ ରଦ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri