ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ସପକ୍ଷରେ ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ) ୨୦୧୫, ସେପ୍ଟେମ୍ବର ୨୯ରେ ପ୍ରଦାନ କରିଥିବା ନିଷ୍ପତ୍ତିକୁ ରାଜ୍ୟ ହାଇକୋର୍ଟ ବଳବତ୍ତର ରଖିଛନ୍ତି।

ଏଥିସହ ଏହି ମାମଲାରେ ସ୍ୟାଟ୍‌ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାୟର ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ଡକ୍ଟର ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଏବଂ ଜଷ୍ଟିସ ଗୌରୀ ଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୪ ସପ୍ତାହ ମଧ୍ୟରେ ସ୍ୟାଟ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ଆଦେଶ ଦେଇଛନ୍ତି।

ଓସିଏସ୍‌(ଆର୍‌ଏ) ନିୟମାବଳୀ, ୧୯୯୦ ଅନୁସାରେ ପଞ୍ଜୀକୃତ ଦଲିଲ ମାଧ୍ୟମରେ ଆଇନ ଅନୁଯାୟୀ, ପୋଷ୍ୟ ଭାବେ ଗ୍ରହଣ କରାଯାଇଥିବା ପୁତ୍ର ଅନୁକମ୍ପାମୂଳକ ନିଯୁକ୍ତି ପାଇପାରିବେ। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପଞ୍ଜୀକୃତ ହୋଇଥିବା ପୋଷ୍ୟ ସନ୍ତାନଙ୍କ ଦଲିଲକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ବେଳେ ବିଚାରକୁ ନିଆଯିବ ନାହିଁ। ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ୧୯୯୬, ଅକ୍ଟୋବର ୧୦ର ଆଦେଶପତ୍ର ଆଇନ ଅନୁଯାୟୀ ଗ୍ରହଣୀୟ ନୁହେଁ ବୋଲି କୋର୍ଟ କହିବା ସହ ତାହାକୁ ରଦ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri