Posted inଜାତୀୟ

ଶାବକର ମୃତ୍ୟୁ ପରେ ମା’ହାତୀର ତାଣ୍ଡବ, ୨ ଜଣଙ୍କୁ ଦଳି ମାରିଲା…

କୋଲକାତା,୧୯।୧୦ : ପଶ୍ଚିମବଙ୍ଗର ଝାଡଗ୍ରାମ ଜିଲାରେ ଶାବକ ମୃତ୍ୟୁରେ ପାଗଳ ଭଳି ହୋଇ ମା’ ହାତୀ ତାଣ୍ଡବ ରଚିଛି। କ୍ରୋଧିତ ମା’ ହାତୀ ୨ ଜଣଙ୍କୁ ଦଳି ମାରି ଦେଇଛି। ବନ ଅଧିକାରୀ କହିଛନ୍ତି ନୟାଗ୍ରାମର ଚନ୍ଦବିଲା ଜଙ୍ଗଲ ନିକଟରେ ଥିବା ରାମେଶ୍ୱର ମନ୍ଦିର ନିକଟରେ ପାର୍କିଂରେ ଥିବା ଏକ ଖାଲି ବସ, ମୋଟରସାଇକେଲ ଏବଂ ଅନେକ ଘରକୁ ମା‘ ହାତୀ ଭାଙ୍ଗରୁଜି ଦେଇଛି।

ଅଧିକାରୀ ଜଣକ କହିଛନ୍ତି ହାତୀ ଶାବକର ମୃତ୍ୟୁ ଘଟିଥିଲା। ଶାବକର ମୃତଦେହ ଦେଖିବାକୁ ରୁଣ୍ଢ ହୋଇଥିବା ଲୋକଙ୍କ ଉପରେ ଆକ୍ରମଣ କରି ଦୁଇ ଜଣଙ୍କୁ ମା’ ହାତୀ ତଳେ ପକାଇ ଦେଇଥିଲା।

ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତ୍ୟେକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ କ୍ଷତିପୂରଣ ଘୋଷଣା କରିବା ସହ କ୍ଷତିଗ୍ରସ୍ତ ଘରଗୁଡିକର ମରାମତି କରିବେ ବୋଲି ଘୋଷଣା କରିଛନ୍ତି। ମୃତ ବ୍ୟକ୍ତିମାନେ ନୟାଗ୍ରାମ ପୋଲିସ ଷ୍ଟେଶନ ଅଞ୍ଚଳର ଦେଓଲବର ଗାଁର ବାସିନ୍ଦା ଅନନ୍ତ ଜାନା (୬୦) ଏବଂ ବିରିବାରିୟାର ବାସିନ୍ଦା ଶଶଧର ମହାତା ବୋଲି ଜଣାପଡିଛି।

ଖଡଗପୁର ଡିଏଫଓ ଶିବାନନ୍ଦ ରାମ କହିଛନ୍ତି ହାତୀ ଶାବକର ମୃତଦେହ ଦେଖିବାକୁ କିଛି ଲୋକ ଚନ୍ଦବିଲା ଜଙ୍ଗଲ ଅଞ୍ଚଳକୁ ଯାଇଥିଲେ। ଏହି ସମୟରେ ମା‘ ହାତୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲା। ଦୁଇଜଣ ବୃଦ୍ଧଙ୍କ ବ୍ୟତୀତ ସେମାନଙ୍କ ମଧ୍ୟରୁ ଅଧିକାଂଶ ଖସିଯିବାରେ ସଫଳ ହୋଇଥିଲେ। ହାତୀ ଦୁଇ ବୃଦ୍ଧଙ୍କୁ ଟେକି କଚାଡିବା ପରେ ଦୂରକୁ ଫିଙ୍ଗି ଦେଇଥିଲା। ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?